ଚାଷୀଙ୍କୁ ମିଳୁନି କୃଷି ଋଣ: ୧୪ ସେବା ସମିତିରେ ଅବ୍ୟବସ୍ଥା

ଖଇରା, ୨୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭଦ୍ରକ-ବାଲେଶ୍ୱର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଖଇରା ଶାଖାରେ କର୍ମଚାରୀ ଅଭାବ ଯୋଗୁ ୧୪ ସେବା ସମବାୟ ସମିତିର ୨ଶହରୁ ଊର୍ଦ୍ଧ ଚାଷୀଙ୍କର ଋଣ ଫାଇଲ ଅଟକି ରହିଛି ା ବର୍ତ୍ତମାନ ଚାଷ କାମ ଜୋରସୋରରେ ଚାଲିଥିବା ବେଳେ ଋଣ ଚିନ୍ତା ଚାଷୀଙ୍କ ମେରୁଦଣ୍ଡ ଦୋହଲାଇ ଦେଇଛି। ତୁରନ୍ତ ଅଧିକାରୀମାନେ ଋଣ ପ୍ରଦାନ ବ୍ୟବସ୍ଥା ଲାଗି ପଦକ୍ଷେପ ନ ନେଲେ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି ା
ଖଇରା ସମବାୟ ବ୍ୟାଙ୍କ ଶାଖା ଅଧୀନରେ ୧୪ଟି ସମିତି ମାଧ୍ୟମରେ ଅନ୍ୟୁନ ୨ଶହ ଚାଷୀ ୬ମାସ ତଳୁ ଋଣ ପାଇଁ ଆବଶ୍ୟକ କାଗଜପତ୍ର ପ୍ରଦାନ କରିଥିଲେ। ଏଥିମଧ୍ୟରେ ଅନେକ ଚାଷୀଙ୍କ ବ୍ୟକ୍ତିଗତ ଫାଇଲ ରହିଥିବା ବେଳେ ସ୍ବୟଂ ସହାୟିକା ଗୋଷ୍ଠୀଙ୍କର ଫାଇଲ ମଧ୍ୟ ରହିଛି ା ହେଲେ ଷ୍ଟାଫ ନ ଥିବା କାରଣ ଦର୍ଶାଇ ବ୍ୟାଙ୍କ କର୍ତ୍ତୃପକ୍ଷ ଏହି ଫାଇଲ ପାସ୍‌ କରୁନାହାନ୍ତି। ଫଳରେ ଚାଷୀମାନେ ସାର ଟିକିଏ କିଣି ନ ପାରି ହନ୍ତସନ୍ତ ହେଉଛନ୍ତି। ଚାଷୀମାନେ ଉଭୟ ସମିତି ଓ ବ୍ୟାଙ୍କ ଶାଖାକୁ ବାରମ୍ବାର ଦୌଡି ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଚାଷୀଙ୍କ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ସ୍ବତନ୍ତ୍ର ଅନୁଦାନ ଦେଉଥିବା ନେଇ ଭାଷଣବାଜି ମାରୁଥିବା ବେଳେ ୬ମାସ ଧରି ଚାଷୀଙ୍କ ଦୁର୍ଦ୍ଦଶା କାହାରି ଆଖିକୁ ଦେଖା ନ ଯିବା ଦୁଃଖଦାୟକ ବୋଲି ଗଡପୋଖରୀ ଗ୍ରାମର ଚାଷୀ ବିଶ୍ୱନାଥ ମହାପାତ୍ର କହିଛନ୍ତି ା ବ୍ୟାଙ୍କରେ ସମସ୍ତ ଫାଇଲ ମାସ ମାସ ଧରି ପଡିରହିଛି ା ପରିଚାଳକଙ୍କୁ ବାରମ୍ବାର ଅବଗତ କରାଯାଉଥିଲେ ମଧ୍ୟ କିଛି ପ୍ରତିକାର କରାଯାଉ ନ ଥିବା ନେଇ ବିଭିନ୍ନ ସମିତିର ସମ୍ପାଦକ କ୍ଷୋଭର ସହ କହିଛନ୍ତି। ଏ ସମ୍ପର୍କରେ ଶାଖା ପରିଚାଳକ ସଞ୍ଜୟ ମହାନ୍ତିଙ୍କୁ ଯୋଗାଯୋଗ କରିବାରେ ବ୍ୟାଙ୍କରେ ଷ୍ଟାଫ କମ୍‌ ଥିବାରୁ ଫାଇଲ ପ୍ରୋସେସିଂ ହୋଇପାରୁନାହିଁ। ଏ ବିଷୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। କର୍ମଚାରୀ ଆସିବା ପରେ ଏ ସମସ୍ୟାର ସମାଧାନ ହୋଇପାରିବ ବୋଲି କହିଛନ୍ତି। ସମବାୟ ବ୍ୟାଙ୍କର ଜିଲା ଅତିରିକ୍ତ ପରିଚାଳକ ଜଳଧର ପଣ୍ଡାଙ୍କୁ ଏ ଅସୁବିଧା ସମ୍ପର୍କରେ ଯୋଗାଯୋଗ କରିବାରେ ସେ ଶାଖା ପରିଚାଳକଙ୍କ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri