Posted inବରଗଡ଼

ଚାଷୀଙ୍କୁ ରସିଦ ଦେଉ ନାହାନ୍ତି ବିହନ ବିକ୍ରେତା

ବରଗଡ଼ ଅଫିସ୍‌,୧୦।୬-ଖରିଫ ଫସଲ ପାଖେଇ ଆସୁଛି। ଏହାକୁ ନେଇ ଏବେଠାରୁ କେତେକ ବିହନ ବିକ୍ରେତା କଳାବଜାର ପାଇଁ ତତ୍ପର ହୋଇ ପଡ଼ିଛନ୍ତି । ଅନ୍ୟପକ୍ଷେ ଜିଲା କୃଷିବିଭାଗ ମଧ୍ୟ ଏଭଳି କଳାବଜାର ପ୍ରତି ନଜର ରଖିଛି । ବୁଧବାର ଜିଲା କୃଷିବିଭାଗର ଏକ ସ୍ବତନ୍ତ୍ର ସ୍କ୍ବାଡ଼ ବରପାଲି ଅଞ୍ଚଳରେ ରହିଥିବା ବିହନ ଦୋକାନ ଉପରେ ଚଢ଼ାଉ କରିଥିଲା। ସେଠାକାର ହରିଓମ୍‌ ଟ୍ରେଡର୍ସ, ମହାବୀର ବିହନ ଭଣ୍ଡାର ଏବଂ କୃଷିସେବା କେନ୍ଦ୍ର ନାମକ ୩ଟି ଦୋକାନରେ ଚଢ଼ାଉ ପରେ ସେଠାରେ ବିହନ ବିକ୍ରେତାମାନେ ଚାଷୀଙ୍କୁ ରସିଦ୍‌ ଦେଉ ନଥିବା ଜଣାପଡ଼ିଥିଲା। ଫଳରେ ସମ୍ପୃକ୍ତ ବିହନ ବିକ୍ରେତାମାନଙ୍କୁ କାରଣଦର୍ଶାଅ ନୋଟିସ୍‌ ଦିଆଯାଇଛି ବୋଲି ଜିଲା ମୁଖ୍ୟ କୃଷି ଅଧିକାରୀ ଦୀନବନ୍ଧୁ ଗାନ୍ଧୀ ଜଣାଇଛନ୍ତି। ଏହା ସହିତ ବିହନ ଦୋକାନରୁ ୨ଟି କିସମର ବିହନ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ତାକୁ ଭୁବନେଶ୍ୱର ପରୀକ୍ଷାଗାରକୁ ପଠାଯାଇଥିବା ସେ କହିଛନ୍ତି । ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ କୃଷି ନିର୍ଦ୍ଦେଶକ ରବି ନାରାୟଣ ସେନାପତି, ଯୁଗ୍ମମାନ ନିର୍ଦ୍ଧାରଣ ଅଧିକାରୀ ରବୀନ୍ଦ୍ର କୁମାର ସାହୁ, ବରପାଲି ବ୍ଲକର ସହକାରୀ କୃଷି ଅଧିକାରୀ ବନମାଳୀ ସାହୁ, ବାବାଜୀ ଚରଣ ସେଠୀ ପ୍ରମୁଖ ସାମିଲ ଥିଲେ । ତେବେ ବିହନ କିଣିବା ସମୟରେ ଚାଷୀମାନେ ସମ୍ପୃକ୍ତ ବିହନ ବିକ୍ରେତାଙ୍କଠାରୁ ରସିଦ୍‌ ମାଗି ନେବା ପାଇଁ ଜିଲା ମୁଖ୍ୟ କୃଷି ଅଧିକାରୀ ଗାନ୍ଧୀ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri