ଚାଷୀଙ୍କୁ ୪୫୦ କୋଟି କୃଷିଋଣ

କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀ ଏଥିରେ ଅଧ୍ୟକ୍ଷତା କରି ସାମୂହିକ କୃଷି ଉତ୍ପାଦନର ବିକାଶ ସହ ଉତ୍ପାଦନ ବଢ଼ାଇ ଜିଲାର ଅର୍ଥନୀତିକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଚଳିତବର୍ଷ ଖରିଫ ଋତୁ ପାଇଁ ସମବାୟ ବ୍ୟାଙ୍କ ମାଧ୍ୟମରେ ୪୫୦ କୋଟି କୃଷିଋଣ ଦିଆଯିବା ପାଇଁ ଏଥିରେ ଟାର୍ଗେଟ୍‌ ରଖାଯାଇଛି।
ଚଳିତବର୍ଷ ୧ ଲକ୍ଷ ୮୮ ହଜାର ୧୫୦ ହେକ୍ଟର ଜମିରେ ଖରିଫ ଚାଷ ପାଇଁ ଜିଲାରେ କାର୍ଯ୍ୟପନ୍ଥା ପ୍ରସ୍ତୁତ କରାଯାଇଛି। ସେଥିରୁ ୧ ଲକ୍ଷ ୩୬ ହଜାର ହେକ୍ଟର ଜମିରେ ଧାନ, ୪୨ ହଜାର ୮୨୮ ହେକ୍ଟର ଜମିରେ ପନିପରିବା ଓ ୯ ହଜାର ୩୨୨ ହେକ୍ଟର ଜମିରେ ଅଣଧାନ ଫସଲ କରାଯିବ। ୧ ଲକ୍ଷ ୨୩ ହଜାର ୨୮ ହେକ୍ଟର ଜମିରେ ବିଭିନ୍ନ ଜଳସେଚନ ଉତ୍ସ ଦ୍ୱାରା ଜଳସେଚିତ କରାଯିବ। ଚଳିତ ବର୍ଷ ହେକ୍ଟର ପିଛା ୭୫ କିଲୋ ସାର ବ୍ୟବହାର ପାଇଁ ମଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ଜିଲା କୃଷି ଅଧିକାରୀ ମୋହନ ପ୍ରସାଦ ଶର୍ମା ସୂଚନା ଦେଇଥିଲେ। ଜିଲାରେ ପଙ୍ଗପାଳ ଉପଦ୍ରବ ନେଇ ସାମାନ୍ୟ ଆଶଙ୍କା ଥିଲେ ମଧ୍ୟ ସତର୍କତା ଅବଲମ୍ବନ ସହ ଜିଲା କୃଷି କାର୍ଯ୍ୟାଳୟରେ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକରେ ସମବାୟ ସମିତି ଉପନିବନ୍ଧକ ଲକ୍ଷ୍ମୀଧର ସୁବୁଦ୍ଧି, ଡିଆର୍‌ଡିଏ ପିଡି ଅବଦଲ ଅଖତର, ନାବାର୍ଡ ଏଜିଏମ୍‌ ଏସ୍‌.ପି. ପଣ୍ଡା, କୃଷି ଓ ଉଦ୍ୟାନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri