ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ବଳବତ୍ତର ଥିବାରୁ ଚାଷୀଙ୍କ ନାମ ପଞ୍ଜୀକରଣକୁ ସୁଗମ କରିବା ଲାଗି ସମୟସୀମା ମେ ୭ରୁ ଜୁଲାଇ ୩୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ସେ କହିଛନ୍ତି ଯେ, ପ୍ରକୃତ ଚାଷୀଙ୍କୁ ଚିହ୍ନଟକରି ସେମାନଙ୍କ ନାମ ପଞ୍ଜୀକରଣ କରାଯିବ। ଚିହ୍ନଟ ଓ ପଞ୍ଜୀକରଣ ନିମନ୍ତେ ଆଧାର କାର୍ଡ କିମ୍ବା ବ୍ୟାଙ୍କ ପାସ୍‌ ବୁକ୍‌ର ପ୍ରଥମ ପୃଷ୍ଠା, ଚାଷଜମିର ଦଲିଲ ଏବଂ ଜମି ପରିମାଣ ଭଳି ପରିଚୟପତ୍ର ଦରକାର। ପଞ୍ଜୀକରଣ ନିମନ୍ତେ ସମବାୟ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମେ ୭ରୁ ମାର୍କଫେଡ୍‌ ଦ୍ବାରା ସରକାରଙ୍କ ମୂଲ୍ୟ ସହାୟକ ଯୋଜନା (ପିଏସ୍‌ଏସ୍‌) ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟରେ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରାଯିବ। ନାଫେଡ୍‌ ପକ୍ଷରୁ ମାର୍କଫେଡ୍‌ ବିଭିନ୍ନ ପ୍ୟାକ୍ସ, ଲ୍ୟାମ୍ପସ୍‌, ନିୟନ୍ତ୍ରିତ ବଜାର କମିଟି ଜରିଆରେ ଏହାକୁ ସଂଗ୍ରହ କରିବ। ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ଗୁରୁବାରରୁ ଆରମ୍ଭହୋଇ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିକ ଉତ୍ପାଦନ ହେଉଥିବା ୧୬ ଜିଲାରେ ପଞ୍ଜୀକୃତ ଚାଷୀଙ୍କଠାରୁ ଡାଲି, ତୈଳ ବୀଜ ସଂଗ୍ରହ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri