ଚାଷୀଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବି: ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ଦାବିପତ୍ର

ଜୁନାଗଡ,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ସୋମବାର ଜୁନାଗଡ ସହକାରୀ କୃଷି ଅଧିକାରୀ ନୌକେଶ୍ୱର ନାଗଙ୍କ ଜରିଆରେ ଜିଲା ଉପକୃଷି ନିର୍ଦ୍ଦେଶକଙ୍କୁ ଏକ ୩ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜୁନାଗଡ ବ୍ଲକରେ ୩୪ଟି ପଞ୍ଚାୟତରେ ବାସ କରୁଥିବା ନିରୀହ ଚାଷୀମାନଙ୍କୁ ଚିହ୍ନଟ କରି ଶୀଘ୍ର ଚାଷୀ ପ୍ରମାଣପତ୍ର ପ୍ରଦାନ କରିବା, ଉପଯୁକ୍ତ ସମୟରେ ରିହାତି ଦରରେ ବିହନ, ସାର, କୀଟନାଶକ ପ୍ରଦାନ କରିବା ଓ ପୂର୍ବରୁ ଆବେଦନ କରାଯାଇଥିବା ଦରଖାସ୍ତଗୁଡିକର ଶୀଘ୍ର ନିଷ୍ପତ୍ତି ନେବା ଆଦି ଦାବି ଏଥିରେ ଉଲ୍ଲେଖ କରାଯାଇଛି। ଜୁନାଗଡ ବ୍ଲକ ଅନେକ ଚାଷୀ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚତ୍ତ ଅଛନ୍ତି। ଏହି ବ୍ଲକରେ ବାସ କରୁଥିବା ଚାଷୀମାନେ ପଛୁଆ ଓ ରାଜନୈତିକ ତଥା ଅର୍ଥନୈତିକସ୍ତରରେ ଦୁର୍ବଳ ଅଛନ୍ତି। ତେଣୁ ଜମି ପାସବୁକ, ଚାଷୀ ପରିଚୟପତ୍ର, କିଷାନ କ୍ରେଡିଟ କାର୍ଡ ଭଳି ବିଭିନ୍ନ ଅତ୍ୟାବଶ୍ୟକ ଦସ୍ତାବିଜ ସହିତ ରିହାତି ଦରରେ ବିହନ, ସାର, କୀଟନାଶକ ଆଦି ସାମଗ୍ରୀ ପାଇ ପାରୁନାହାନ୍ତି। ଚାଷୀମାନେ ବିଭିନ୍ନ ସରକାରୀ ଯୋଜନାରେ ସାମିଲ ହୋଇ ନ ପାରିବାରୁ ଆର୍ଥତ୍କସ୍ତରରେ ଅନଗ୍ରସର ହୋଇପଡିଛନ୍ତି। ଏହାକୁ ନେଇ କଳାହାଣ୍ଡି ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଏହି ସମୟରେ ସଙ୍ଗଠନ ଆବାହକ ମଧୁସୁଦନ ନାଏକ, ସଦସ୍ୟ ମନୋଜ କୁମାର ନାଏକ, ସୁଦର୍ଶନ ନାଏକ, ବିନୋଦ ବେମାଲ, ସୀମାଞ୍ଚଳ ନାଗ ପ୍ରମୁଖଙ୍କ ସହ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri