ଚାହିଦା, ଅଭିବୃଦ୍ଧି ଲାଗି ସରକାର ନେବେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ,୨୦ -୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଚାହିଦା ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବଢାଇବା ଦିଗରେ ସରକାର ଅଧିକ ପଦକ୍ଷେପ ନେବେ। ଏ ନେଇ ଯୋଜନା ରହିଥିବା ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସୂଚନା ଦେଇଛନ୍ତି। ବ୍ୟାଙ୍କଗୁଡିକ ଦ୍ୱାରା ଅର୍ଥ ବ୍ୟବସ୍ଥାକୁ ଅଧିକ ନଗଦ ଯୋଗାଣ ଏବଂ ବ୍ୟକ୍ତିଗତ ଟିକସ କ୍ଷେତ୍ରରେ ସରଳୀକରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ସୁବ୍ରମଣ୍ୟନ କହିଛନ୍ତି।
ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସୂଚନା ଦେଇ ସେ କହିଛନ୍ତି ଯେ, ନିବେଶ ଆକୃଷ୍ଟ କରିବା ଲାଗି ସରକାର କର୍ପୋରେଟ ଟିକସ ହ୍ରାସ କରିଛନ୍ତି। ନିବେଶକୁ ସହାୟତା କରିବା ଲାଗି ଖାଉଟି ଚାହିଦା ବଢାଇବା ଲାଗି ବିଭିନ୍ନ ଦିଗ ଉପରେ ବିଚାର କରାଯାଉଛି। ସ୍ବଳ୍ପ ମିଆଦୀ ଭିତ୍ତିରେ ଚାହିଦା ବଢାଇବା ଲାଗି ଯୋଜନା ଗ୍ରହଣ କରାଯାଇଛି। ଏହି ଆଧାରରେ ଉଭୟ ଚାହିଦା ଏବଂ ନିବେଶ ବଢିବା ନେଇ ଆଶାବାଦୀ ରହିଥିବା ଗଣମାଧ୍ୟମକୁ ଏକ ସାକ୍ଷାତକାରରେ ପ୍ରକାଶ କରିଛନ୍ତି। ବ୍ୟକ୍ତିଗତ ଟିକସ ତଥା ସମ୍ପୂର୍ଣ୍ଣ ଟିକସ ପ୍ରଶାସନକୁ ସରଳୀକରଣ କରିବାକୁ ଧ୍ୟାନରେ ରଖାଯାଇଛି। ୬ ଦଶନ୍ଧି ପୁରୁଣା ବିଭିନ୍ନ ଟିକସ ଆଇନରେ ପରିବର୍ତ୍ତନ ଆଣିବା ଲାଗି ଟାସ୍କ ଫୋର୍ସ ଦେଇଥିବା ରିପୋର୍ଟକୁ ବିଚାର କରାଯାଉଥିବା ସେ ମତ ଦେଇଛନ୍ତି।
ଗତ ମାସରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କର୍ପୋରେଟ ଟିକସକୁ ୩୦ରୁ ୨୫%କୁ କମାଇଛନ୍ତି। ନୂଆ ମାନୁଫାକଚରିଂ କମ୍ପାନୀଗୁଡିକ ଲାଗି ଏହା ୧୫% ରହିଛି। ଏଭଳି ପଦକ୍ଷେପ ସରକାର ନେଇଥିବା ବେଳେ ମଧ୍ୟବିତ୍ତ ଲୋକଙ୍କ ନିକଟକୁ କିଭଳି ଅଧିକ ନଗଦ ଅର୍ଥ ଆସିବ ସେ ଦିଗରେ ମଧ୍ୟ ବିଚାର କରାଯାଉଛି। ଫେବୃୟାରୀରେ ନୂଆ ବଜେଟ ଆସିବା ଆଗରୁ ଆୟକରରେ ଏକ ବଡ ଧରଣର ହ୍ରାସ ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଭିତ୍ତିଭୂମି ପ୍ୟାକେଜ, ନୂଆ ଋଣ କାର୍ଯ୍ୟକ୍ରମ ଦ୍ୱାରା ଘରୋଇ ବଜାରର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri