ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି: ଦୂଷିତ ପାଣି ପିଇ ପୁଣି ୧୦୦ ଆକ୍ରାନ୍ତ

ଗୋପାଳପୁର,୨ା୧୦ -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ମଙ୍ଗଳବାର ପୁଣି ୧୦୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ୨ ଡାକ୍ତରୀ ଦଳ ପହଞ୍ଚତ୍ ଅସୁସ୍ଥଙ୍କ ଚିକିତ୍ସା କରିଥିଲେ। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିଲେ ମଧ୍ୟ ରାତିରେ ଏକ ଡାକ୍ତରୀ ଟିମ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିବେ ବୋଲି ରଙ୍ଗେଇଲୁଣ୍ଡା ବିଡିଓ କୁମାର ନାଗଭୂଷଣ କହିଛନ୍ତି। ଅପରପକ୍ଷରେ ଗ୍ରାମରେ ବ୍ଲିଚିଂ, ଓଆର୍‌ଏସ ବଣ୍ଟନ କରାଯାଉଛି।
ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଗଞ୍ଜାମ ସିଡିଏମଓ ବିଜୟ କୁମାର ପାଣିଗ୍ରାହୀ, ଆରଡବ୍ଲୁଏସ୍‌ଏସ୍‌ ନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ମହାପାତ୍ର, ରଙ୍ଗେଇଲୁଣ୍ଡା ବିଡିଓ ଓ ସିଡିପିଓ ଜ୍ୟୋତ୍ସ୍ନା ପାଢ଼ୀ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ। ଏଥିସହ ଦୂଷିତ ଜଳ ପଶିଥିବା ବୋରୱେଲ ଦେଖିଥିଲେ। ପରେ ଏହି ଦୂଷିତ ପାଣିକୁ ପରୀକ୍ଷା କରାଯାଇଛି। ଆବଶ୍ୟକ ପଡ଼ିଲେ ପୁଣି ଏକ ନୂତନ ବୋରୱେଲ ଖୋଳାଯିବ ବୋଲି କୁହାଯାଇଛି।
ଯେ, ଗ୍ରାମର ବୋରୱେଲ ଖାଲୁଆ ସ୍ଥାନରେ ଥିବାରୁ ବର୍ଷା ପାଣି ସେଠାରେ ଜମି ରହିଥିଲା। ପରେ ଏହି ଦୂଷିତ ପାଣି ବୋରୱେଲ ଭିତରକୁ ପଶି ଯାଇଥିଲା। ଗ୍ରାମବାସୀ ଏହି ପାଣି ପିଇବା ଫଳରେ ରବିବାର ୩୦୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ସୋମବାର ୩୦ ଜଣ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri