ଚିକିତ୍ସାରେ ଅବହେଳା ଅଭିଯୋଗ

ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି ଅଭିଯୋଗ ଆଣିଛନ୍ତି। ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଉ ନ ଥିବାବେଳେ ଘରୋଇ ମେଡିକାଲକୁ ଯିବାକୁ ଡାକ୍ତରଖାନା ପକ୍ଷରୁ ପରାମର୍ଶ ଦିଆଯାଉଥିବା ନେଇ ସିଡିଏମ୍‌ଓଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେମାନେ ପ୍ରକାଶ କରିଛନ୍ତି।
୩୩୫ ନମ୍ବର ବେଡ୍‌ରେ ଥିବା ନରସିଂହପୁରର ଅଞ୍ଚଳର ଜିତେନ୍ଦ୍ର ସଏଙ୍କ ଅଭିଯୋଗ ମୁତାବକ, ଏକ ଦୁର୍ଘଟଣାରେ ଗୋଡ ଭାଙ୍ଗିଯିବା ପରେ ସେ ପ୍ରଥମେ ହିନ୍ଦୋଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଗତ ୨୧ ତାରିଖରୁ ସେ ସେଠାରେ ଚିକିତ୍ସାଧୀନ ଥିବାବେଳେ ଡାକ୍ତର ଗୋଡ ପ୍ଲାଷ୍ଟର କରିବା ବଦଳରେ କାଠ ଫାଳିଆ ଦେଇ ଗଜ କପଡା ଭିଡି ଦେଇଛନ୍ତି। ତରବର ହେଲେ ଘରୋଇ ମେଡିକାଲକୁ ଚାଲିଯିବାକୁ ମଧ୍ୟ କୁହାଯାଉଥିବା ସେ ପ୍ରକାଶ କରିଛନ୍ତି। ସେହିପରି ୩୩୬ ନମ୍ବର ବେଡ୍‌ରେ ଥିବା ଗୋଡ଼ ଭଙ୍ଗା ରୋଗୀ ତାଳଚେର ଭାଲୁଗାଡ଼ିଆ ଗ୍ରାମର ଧୀରେନ ନାଏକଙ୍କୁ ଦେଖିଥିବା ଡାକ୍ତର ଜଣକ ଛୁଟିରେ ଥିବାରୁ ଅନ୍ୟ କେହି ତାଙ୍କୁ ଚିକିତ୍ସା କରୁ ନ ଥିବା ସେ ଅଭିଯୋଗ ଆଣିଛନ୍ତି। ଏପରି କି ସମ୍ପୃକ୍ତ ଡାକ୍ତରଙ୍କୁ ଖୋଜି ଖୋଜି ସେ ଏକ ଘରୋଇ କ୍ଲିନିକ୍‌ରେ ତାଙ୍କୁ ଦେଖାଇଥିବା ଅଭିଯୋଗ କରିଛନ୍ତି। ତାଙ୍କୁ ମଧ୍ୟ ଘରୋଇ ମେଡିକାଲ ପଳାଇବାକୁ କୁହାଯାଉଥିବା ଧୀରେନ ପ୍ରକାଶ କରିଛନ୍ତି। ଏ ଦିଗରେ ଦୃଷ୍ଟି ଦେଇ ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ରୋଗୀଙ୍କ ସମ୍ପର୍କୀୟ ସିଡିଏମ୍‌ଓଙ୍କଠାରେ ଦାବି କରିଛନ୍ତି। ଏ ସମ୍ପର୍କରେ ଧୀରେନଙ୍କୁ ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି, ଛୁଟିରେ ଅଛି। କାହାରିକୁ ଘରୋଇ ମେଡିକାଲ ଯିବାକୁ କହିନାହାନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅମରେନ୍ଦ୍ରନାଥ ମହାନ୍ତିଙ୍କ ଫୋନ ନଂ. ୯୪୩୯୯୮୧୩୩୧ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri