ଚିକିତ୍ସାରେ ଅବହେଳା ଅଭିଯୋଗ

ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି ଅଭିଯୋଗ ଆଣିଛନ୍ତି। ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଉ ନ ଥିବାବେଳେ ଘରୋଇ ମେଡିକାଲକୁ ଯିବାକୁ ଡାକ୍ତରଖାନା ପକ୍ଷରୁ ପରାମର୍ଶ ଦିଆଯାଉଥିବା ନେଇ ସିଡିଏମ୍‌ଓଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେମାନେ ପ୍ରକାଶ କରିଛନ୍ତି।
୩୩୫ ନମ୍ବର ବେଡ୍‌ରେ ଥିବା ନରସିଂହପୁରର ଅଞ୍ଚଳର ଜିତେନ୍ଦ୍ର ସଏଙ୍କ ଅଭିଯୋଗ ମୁତାବକ, ଏକ ଦୁର୍ଘଟଣାରେ ଗୋଡ ଭାଙ୍ଗିଯିବା ପରେ ସେ ପ୍ରଥମେ ହିନ୍ଦୋଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଗତ ୨୧ ତାରିଖରୁ ସେ ସେଠାରେ ଚିକିତ୍ସାଧୀନ ଥିବାବେଳେ ଡାକ୍ତର ଗୋଡ ପ୍ଲାଷ୍ଟର କରିବା ବଦଳରେ କାଠ ଫାଳିଆ ଦେଇ ଗଜ କପଡା ଭିଡି ଦେଇଛନ୍ତି। ତରବର ହେଲେ ଘରୋଇ ମେଡିକାଲକୁ ଚାଲିଯିବାକୁ ମଧ୍ୟ କୁହାଯାଉଥିବା ସେ ପ୍ରକାଶ କରିଛନ୍ତି। ସେହିପରି ୩୩୬ ନମ୍ବର ବେଡ୍‌ରେ ଥିବା ଗୋଡ଼ ଭଙ୍ଗା ରୋଗୀ ତାଳଚେର ଭାଲୁଗାଡ଼ିଆ ଗ୍ରାମର ଧୀରେନ ନାଏକଙ୍କୁ ଦେଖିଥିବା ଡାକ୍ତର ଜଣକ ଛୁଟିରେ ଥିବାରୁ ଅନ୍ୟ କେହି ତାଙ୍କୁ ଚିକିତ୍ସା କରୁ ନ ଥିବା ସେ ଅଭିଯୋଗ ଆଣିଛନ୍ତି। ଏପରି କି ସମ୍ପୃକ୍ତ ଡାକ୍ତରଙ୍କୁ ଖୋଜି ଖୋଜି ସେ ଏକ ଘରୋଇ କ୍ଲିନିକ୍‌ରେ ତାଙ୍କୁ ଦେଖାଇଥିବା ଅଭିଯୋଗ କରିଛନ୍ତି। ତାଙ୍କୁ ମଧ୍ୟ ଘରୋଇ ମେଡିକାଲ ପଳାଇବାକୁ କୁହାଯାଉଥିବା ଧୀରେନ ପ୍ରକାଶ କରିଛନ୍ତି। ଏ ଦିଗରେ ଦୃଷ୍ଟି ଦେଇ ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ରୋଗୀଙ୍କ ସମ୍ପର୍କୀୟ ସିଡିଏମ୍‌ଓଙ୍କଠାରେ ଦାବି କରିଛନ୍ତି। ଏ ସମ୍ପର୍କରେ ଧୀରେନଙ୍କୁ ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି, ଛୁଟିରେ ଅଛି। କାହାରିକୁ ଘରୋଇ ମେଡିକାଲ ଯିବାକୁ କହିନାହାନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅମରେନ୍ଦ୍ରନାଥ ମହାନ୍ତିଙ୍କ ଫୋନ ନଂ. ୯୪୩୯୯୮୧୩୩୧ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri