ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ ଜିଲା ଖଣ୍ଡପଡା ବ୍ଲକ କିଆଝର ପଞ୍ଚାୟତ ଅନ୍ତର୍ଗତ ଗୋଚ୍ଛାବାରୀ ଗ୍ରାମର ହରିହର ବେହେରା(୬୫)।
ରକ୍ତହୀନତା ସାଙ୍ଗକୁ ଗୋଡ଼ ହାତ ଫୁଲି ଆଣ୍ଠୁଗଣ୍ଠିରେ ଭୀଷଣ ବ୍ୟଥା ହେଉଛି। ଚାଲିବାରେ ଶକ୍ତି ନ ଥିବାରୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ତାଙ୍କୁ ଟେକି ନେବା ଆଣିବା କରାଯାଉଛି। ରୋଗର ପ୍ରଥମ ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇ ବହୁ ଅର୍ଥ ବ୍ୟୟ କରାଯାଇ ଚିକିତ୍ସା କରାଯାଇଥିଲା। ମାତ୍ର ସୁସ୍ଥ ହୋଇ ପାରିଲେନି ହରିହର। ତାଙ୍କୁ ଉପଶମ ମିଳୁ ନଥିବା ବେଳେ ଅଧିକ ଚିକିତ୍ସାର ଆବଶ୍ୟକତା ରହିଛି। ଏଥିପାଇଁ ବହୁ ଅର୍ଥର ଆବଶ୍ୟକତା ପଡୁଥିବାବେଳେ ତାଙ୍କ ପରିବାର ଲୋକ ଅର୍ଥ ସଂଗ୍ରହ କରିବାରେ ସମର୍ଥ ହୋଇ ପାରୁ ନଥିବା କହିଛନ୍ତି ହରିଙ୍କ ସ୍ତ୍ରୀ ଉମା। ବହୁ କରଜ କରି ଏବଂ ବନ୍ଧାଛନ୍ଦା ପକାଇ ଅର୍ଥ ଯୋଗାଡ କରି ସ୍ବାମୀଙ୍କ ଚିକିତ୍ସା କରାଯାଉଥିଲେ ମଧ୍ୟ ଆବଶ୍ୟକ ଚିକିତ୍ସା ପାଇଁ ଅଧିକ ଅର୍ଥର ଆବଶ୍ୟକତା ରହିଥିବା ଉମା କୋହଭରା କଣ୍ଠରେ କହିଛନ୍ତି। ହରିଙ୍କ ପୁଅ ବାହାରେ ମୂଲ ଲାଗି ଯାହା କିଛି ଆଣୁଥିଲେ ଦୁଃଖେ ସୁଖେ ସେମାନେ ଚଳି ଯାଉଥିଲେ। ମାତ୍ର ଦୁର୍ଘଟଣାରେ ତାଙ୍କର ଗୋଡ ଭାଙ୍ଗି ଯାଇଥିବାରୁ ସେ ମଧ୍ୟ ଅକର୍ମଣ୍ୟ ହୋଇ ଘରେ ବସି ରହିଛନ୍ତି। ହରି ନିଜେ ଖାଇବାକୁ ଅକ୍ଷମ ଯୋଗୁ ତାଙ୍କୁ ଖୁଆଇବାଠାରୁ ଆରମ୍ଭକରି ତାଙ୍କର ଅନ୍ୟାନ୍ୟ କାମ କରିବାକୁ ପଡୁଛି ସ୍ତ୍ରୀ ଉମାଙ୍କୁ। ସରକାରଙ୍କ ଯୋଜନାରେ ଘରେ ପାଇଖାନାଟିଏ ହୋଇ ପାରି ନଥିବାରୁ ତାଙ୍କୁ ଟେକିଟେକି ବାହାରକୁ ଶୌଚ ପାଇଁ ନେବାକୁ ପଡୁଥିବା ଉମା କହିଛନ୍ତି। ସରକାରୀ ସହାୟତା ମିଳିପାରିଲେ ଉତ୍ତମ ଚିକିତ୍ସା ଦ୍ୱାରା ସ୍ବାମୀ ଆରୋଗ୍ୟ ହୋଇ ପାରନ୍ତେ ବୋଲି ଉମା କୋହଭରା କଣ୍ଠରେ କହିଥିଲେ। ତେବେ ଗତ ସେପ୍ଟେମ୍ବର ୩୦ ତାରିଖରେ ଖଣ୍ଡପଡା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଉମା ତାଙ୍କର ଅସୁବିଧା ସମ୍ପର୍କରେ ଲିଖିତ ଭାବେ ଜଣାଇଥିଲେ ମଧ୍ୟ ତାହା ପ୍ରଶାସନିକ ଫାଇଲ ତଳେ ରହିଯାଇଥିବା ଅଭିଯୋଗ ହେଉଛି । ମଙ୍ଗଳବାର ପୁନର୍ବାର ତାଙ୍କର ପୁଅ ଲିଖିତ ଭାବେ ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ହରିହରଙ୍କ ଚିକିତ୍ସା ପାଇଁ ସହାୟତା ଯୋଗାଇଦେବା ସହ ଏକ ପାଇଖାନା ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ନିବେଦନ କରିଛନ୍ତି। ତେବେ ଏ ସମ୍ପର୍କରେ ଖଣ୍ଡପଡା ବିଡିଓ ପ୍ରମୋଦ କୁମାର ନାୟକଙ୍କୁ ପଚାରିବାରେ ସେ ଅଭିଯୋଗ ସମ୍ପର୍କରେ ଅନୁସନ୍ଧାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri