ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକ

ବାଲେଶ୍ୱର ଅଫିସ,୧୩।୧୦: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ସ୍ବାମୀ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୋଲିସ ଫାଣ୍ଡିରେ ରବିବାର ସନ୍ଧ୍ୟାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯିବ ବୋଲି ଆଇଆଇସି ସରୋଜିନୀ ନାୟକ ସୂଚନା ଦେଇଛନ୍ତି।
ସଦର ଥାନା ଅଧୀନ ପରିଖି ଅଞ୍ଚଳର ହରେକୃଷ୍ଣ ଗିରିଙ୍କ ସ୍ତ୍ରୀ ସୁମନ ପ୍ରସୂତି ନିମନ୍ତେ ଶନିବାର ସନ୍ଧ୍ୟା ପ୍ରାୟ ୭ଟା ୨୬ ମିନିଟ୍‌ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ଗର୍ଭ ଯନ୍ତ୍ରଣାରେ କଷ୍ଟ ପାଉଥିବା ବେଳେ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା ନିମନ୍ତେ ଅନୁରୋଧ କରିଥିଲେ। ଦୀର୍ଘ ୪ଘଣ୍ଟା ପରେ ରାତି ୧୧ଟା ୪୫ ମିନିଟ୍‌ ସମୟରେ ଡାକ୍ତର ପହଞ୍ଚତ୍ ସୁମନଙ୍କୁ ଚିକିତ୍ସା କରି ସ୍ବାଭାବିକ ଭାବେ ପ୍ରସବ ହେବ ବୋଲି କହି ଆଶ୍ୱାସନା ଦେଇଥିଲେ। ରାତି ସାରା ସୁମନ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ରବିବାର ପୂର୍ବାହ୍ନ ୯ଟାରେ ଅନ୍ୟ ଜଣେ ଡାକ୍ତର ପହଞ୍ଚତ୍ ଚିକିତ୍ସା କରିଥିଲେ। ପୂର୍ବାହ୍ନ ୧୦ଟା ବେଳେ ତାଙ୍କର ମୃତ ଶିଶୁକନ୍ୟା ଜନ୍ମ ହୋଇଥିଲା। ଏହାକୁ ନେଇ ପରିବାର ଲୋକେ ଓ ସମ୍ପର୍କୀୟମାନେ ଅସନ୍ତୁଷ୍ଟ ହେବା ସହ ଚିକିତ୍ସା ଅବହେଳାରୁ ମହିଳାଙ୍କର ପ୍ରଥମ ସନ୍ତାନଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri