ଚିକିତ୍ସା ଅବହେଳାରୁ ନବଜାତକର ମୃତ୍ୟୁ ଅଭିଯୋଗ: ଡାକ୍ତରଖାନାରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାର ଚିକିତ୍ସା ଅବହେଳା ଯୋଗୁ ଜଣେ ନବଜାତକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଅଭିଯୋଗ ଅନୁସାରେ ଲଖନପୁର ବ୍ଲକ ରେଙ୍କୁଳି ଗ୍ରାମର ଦୁର୍ଲବ ତାଣ୍ଡିଆଙ୍କ ସ୍ତ୍ରୀ ତପସ୍ବିନୀଙ୍କୁ ପ୍ରସବ ବେଦନା ହେବାରୁ ବୁଧବାର ସକାଳ ୭ଟା ୩୦ରେ ଏହି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆରମ୍ଭରୁ ଡାକ୍ତର କିମ୍ବା ନର୍ସମାନେ ତପସ୍ବିନୀଙ୍କୁ ଚିକିତ୍ସା କରିବା ନେଇ ଗୁରୁତ୍ୱ ଦେଉ ନ ଥିଲେ। ତେବେ ତପସ୍ବିନୀଙ୍କ ପ୍ରସବ ବେଦନା ବଢ଼ିବାରୁ ଗୁରୁବାର ସକାଳେ ତାଙ୍କ ପରିବାର ଲୋକ ଡାକ୍ତର ଓ ନର୍ସଙ୍କ ନିକଟରେ ଗୁହାରି କରିଥିଲେ। ପରେ ଅପରେଶନ ପାଇଁ ଡାକ୍ତର କହିଥିଲେ। ଗୁରୁବାର ପୂର୍ବାହ୍ନ ୧୧ଟାରେ ଅପରେଶନ କରିଥିଲେ। ମାତ୍ର ତପସ୍ବିନୀ ଏକ ମୃତ ଶିଶୁ ଜନ୍ମ ଦେଇଥିବା ଡାକ୍ତର ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ତେବେ ଆରମ୍ଭରୁ ତପସ୍ବିନୀଙ୍କୁ ଚିକିତ୍ସା ଠିକ୍‌ ଭାବେ କରି ନ ଥିବାରୁ ମୃତ ଶିଶୁ ଜନ୍ମ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜଗଦୀଶ ଚନ୍ଦ୍ର ବାରିକଙ୍କୁ ପଚାରିବାରୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri