ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍‌ଏମ୍‌ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା

ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଶନିବାର ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ନାବାଳିକାଙ୍କ ପରିବାରଲୋକେ ଡାକ୍ତରଙ୍କ ଅବହେଳାକୁ ଦାୟୀ କରିଥିବା ବେଳେ ସେମାନଙ୍କୁ ସମର୍ଥନ କରି ଅଣ ରାଜନୈତିକ ସଂଗଠନ ‘ଭଞ୍ଜ ସେନା’ ପକ୍ଷରୁ ନାବାଳିକାଙ୍କ ମୃତଦେହକୁ କଲେଜ ଗେଟ୍‌ ବାହାରେ ରଖି ଆନ୍ଦୋଳନ କରାଯାଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଛନ୍ତି। ତେବେ ଘଟଣାସ୍ଥଳରେ ବାରିପଦା ସଦର ଏସଡିପିଓ କେ.ପି. ପଟ୍ଟନାୟକ ଓ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ। ପରେ ହସ୍ପିଟାଲ ମ୍ୟାନେଜର ଡା. ସମୀର ମହାପାତ୍ର ଘଟଣା ସ୍ଥଳକୁ ଆସି ଲିଖିତ ଭାବେ ଘଟଣାର ତଦନ୍ତ ହେବ ଏବଂ ପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲ ପ୍ରତିଶୃତି ଦେବା ପରେ ଆନ୍ଦୋଳନ ଉଠିଥିଲା ।

ସୁଚନା ଅନୁଯାୟୀ, ଚାନ୍ଦୁଆ ଥାନା ଅଧୀନ ଚାଲୁଣିଆ ଗ୍ରାମର ବିରେନ୍ଦ୍ର ପାତ୍ରଙ୍କ ୧୫ ବର୍ଷର ଝିଅ ରଞ୍ଜିତାଙ୍କର ଶୁକ୍ରବାର ଦେହ ଖରାପ ହୋଇଥିଲା । ପରେ ତାଙ୍କୁ ସନ୍ଧ୍ୟା ପ୍ରାୟ ୫ ଟା ବେଳେ ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତି ପ୍ରାୟ ୧ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା।

ଭଞ୍ଜ ସେନା ପକ୍ଷର କାର୍ଯ୍ୟକାରୀ ଅଧ୍ୟକ୍ଷ ରାକେଶ ସିଂ, ମୁଖପାତ୍ର ଜ୍ୟୋତି ପୃଷ୍ଟି, ରାକେଶ ବେହେରା ଓ ରବି ସାହୁଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଧାରଣାରେ ବସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri