ସୋର, ୧୩ା୧୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅଧୀନ ଏକ ନର୍ସିଂହୋମ୍ରେ ପ୍ରସବ ପରେ ପ୍ରସୂତିଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ମୃତଦେହକୁ ଅଧାବାଟରୁ ଫେରାଇ ଆଣି ପ୍ରସୂତିଙ୍କ ସମ୍ପର୍କୀୟମାନେ ନର୍ସିଂହୋମ୍ ସାମ୍ନାରେ ରଖି ବିକ୍ଷୋଭ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଖବର ଲେଖା ହେବା ପର୍ଯ୍ୟନ୍ତ ଉତ୍ତେଜନା ଲାଗି ରହିଥିଲା।
ନୀଳଗିରି ଥାନା ଅଧୀନ କାଣ୍ଡଗରଡି ପଞ୍ଚାୟତ ପିଞ୍ଛାବଣିଆ ଗ୍ରାମର ଗଣେଶ ଚନ୍ଦ୍ର ମଲ୍ଲିକଙ୍କ ସ୍ତ୍ରୀ ଶ୍ରୀନତି(୨୧) ଗର୍ଭ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏହି ନର୍ସିଂହୋମ୍ରେ ଭର୍ତ୍ତି କରାଯାଇଥିଲା। ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ପରେ ଗୁରୁତର ହୋଇପଡିଥିଲେ। ଏହାପରେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ନ ଆସିବାରୁ ଜଣେ ନର୍ସ ପ୍ରସୂତିଙ୍କୁ ଏକ ଇଞ୍ଜେକଶନ ଦେବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହୋଇପଡିଥିଲା। ଏହାପରେ ନର୍ସିଂହୋମ ପକ୍ଷରୁ ପ୍ରସୂତିଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ବିନା ଚିକିତ୍ସା କାଗଜପତ୍ରରେ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପହଞ୍ଚିବା ପରେ ଡାକ୍ତର ଶ୍ରୀନତିଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରୀନତିଙ୍କ ସ୍ବାମୀ ଗଣେଶ ସେଠାରୁ ମୃତଦେହ ଆଣି ନର୍ସିଂହୋମ ସାମ୍ନାରେ ରଖି ଥାନାରେ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ମ୍ୟାକ୍ସ ପିକ୍ଅପ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର
ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …
କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର
ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…
ଟ୍ରେଲର୍କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍; ୫ରୁ ଅଧିକ ଯାତ୍ରୀ ଆହତ
ଚୌଦ୍ୱାର, ୮।୭: କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍ ଏକ ଟ୍ରେଲର୍କୁ…
ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ
ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…
ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…
କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…
ରୋଷେଇ ଘରୁ ବାହାରିଲା ୮ ଫୁଟ୍ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍ ଲମ୍ବର କିଙ୍ଗକୋବ୍ରା…
ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…
‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…
Archives

