ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ

ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଦେହ ଖରାପ ହେବାରୁ ଗତ ସୋମବାର ଶିଶୁଟିକୁ ମେଡିକାଲରେ ପରିବାର ଲୋକେ ଭର୍ତ୍ତି କରିଥିଲେ। ଡାକ୍ତର ଶିଶୁଟିର ତୁରନ୍ତ ଚିକିତ୍ସା କରିବା ବଦଳରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହି ସମୟରେ କଣ ଶିଶୁକୁ ଡାକ୍ତରଖାନ ଆଣିବା କଥା କହି ଡାକ୍ତର ଜଣକ ନିଜ ମୋବାଇଲ ଫୋନରେ ବ୍ୟସ୍ତ ରହିଥିଲେ। ଶିଶୁଟିର ସମ୍ପର୍କୀୟମାନେ କାକୁତି ମିନତି ହେଲା ପରେ ସେ ଶିଶୁ ଟିର ଚିକିତ୍ସା କରି ରକ୍ତ ପରୀକ୍ଷା ପାଇଁ ପଠାଇଥିଲେ। ଏପର୍ଯ୍ୟନ୍ତ ରକ୍ତ ପରୀକ୍ଷାର ରିପୋର୍ଟ ଡାକ୍ତର ଦେଇନାହାନ୍ତି। ବୁଧବାର ଶିଶୁକନ୍ୟାର ଦେହ ଗୁରୁତର ହୋଇ ବିଳମ୍ବିତ ରାତିରେ ତାର ମୃତ୍ୟୁ ହୋଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ାଙ୍କ ଝିଅର ମୃତ୍ୟୁ ହେଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ଏନେଇ ଡାକ୍ତରଙ୍କ ପକ୍ଷରୁ କିଛି କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri