ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍‌ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ ମ୍ୟାନେଜର ଜୟଦେବ କେ.ଏସ୍‌.(୩୧), ଏଚ୍‌ଆର୍‌ ମ୍ୟାନେଜର ନେଦିହେସ୍‌ ପ୍ରକାଶ(୨୭), ସୁପରଭାଇଜର ରବିନ୍ଦ୍ରନାଥ ପରିଡା(୪୦), ସିଫ୍ଟ ଇନ୍‌ଚାର୍ଜ ବୁଲୁ ସ୍ବାଇଁ(୩୫), ସେଫ୍ଟି ମ୍ୟାନେଜର ରମାକାନ୍ତ ମହାପାତ୍ର(୩୯), ସୁପରଭାଇଜର(ପିପିଏଚ୍‌) ରାକେଶ ଧଳ(୨୬)। ଖନ୍ତାପଡ଼ା ଥାନାରେ ମାମଲା(ନଂ. ୩୫୮/୧୯) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷେ କେଉଁ କାରଣରୁ ଗ୍ୟାସ ଲିକ୍‌ ହେଲା ସେ ନେଇ ତଦନ୍ତ କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ କହିଛନ୍ତି।

ସୂଚନାଯୋଗ୍ୟ, ଏହି ଚିଙ୍ଗୁଡ଼ି ପ୍ରୋସେସିଂ କମ୍ପାନୀରେ ଗ୍ୟାସ ଲିକ୍‌ ଯୋଗୁ ବୁଧବାର ରାତିରେ ଶହେରୁ ଊର୍ଦ୍ଧ୍ୱ ମହିଳା ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥମାନଙ୍କୁ ବାଲେଶ୍ୱର ଜିଲା ଚିକିତ୍ସାଳୟ ଏବଂ ଖନ୍ତାପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଘଟଣା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଗୁରୁବାର ମଧ୍ୟ ୬ ଜଣିଆ ଫରେନ୍‌ଶିକ୍‌ ଟିମ୍‌ ସେଠାରେ ପହଞ୍ଚିଥିଲେ। ଏଥିସହ ଜିଲା ପ୍ରଶାସନ ପକ୍ଷରୁ କମ୍ପାନୀକୁ ସିଲ୍‌ କରିଦିଆଯାଇଛି। ଏଥିସହ କମ୍ପାନୀ ପରିସରରେ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri