ଚିତ୍ରାଙ୍କନ ପ୍ରତିଯୋଗିତାରେ ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଇକୋ ଫ୍ରେଣ୍ଡଲି ପେନସିଲରେ ଆଙ୍କିଲେ ଚିତ୍ର

ବାଲେଶ୍ୱର ଅଫିସ, ୧୮।୧୧-ବାଲେଶ୍ୱର ଷ୍ଟେଶନ କ୍ଲବ ପକ୍ଷରୁ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରବିବାର ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ୨ଶହରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଇକୋ ଫ୍ରେଣ୍ଡଲି ପେନସିଲ୍‌ ଯୋଗାଇ ଦିଆଯିବା ସହ ବିନା ମାଇକ୍‌ରେ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରାଯାଇଥିଲା। ସମସ୍ତ ଛାତ୍ରୀଛାତ୍ରଙ୍କୁ ମାନପତ୍ର, ପେନସିଲ, ରଙ୍ଗବାକ୍ସ ଏବଂ ଚକୋଲେଟ୍‌ ଆଦି ଦିଆଯାଇ କଳା ପ୍ରତି ସେମାନଙ୍କର ଆଗ୍ରହ ବୃଦ୍ଧି କରାଇବା ପାଇଁ ପ୍ରୟାସ କରାଯାଇଥିଲା। କୃତି ଛାତ୍ରୀଛାତ୍ରଙ୍କୁ ଅତିଥି ଭାବେ ଯୋଗଦେଇଥିବା ମ୍ୟାଗନମ୍‌ର ଡାଇରେକ୍ଟର ପ୍ରକାଶ କୁମାର ମହାନ୍ତି ଓ ଆଇନଜୀବୀ ବିଜୟ କୁମାର ପାଣିଗ୍ରାହୀ ପୁରସ୍କାର ବିତରଣ କରିଥିଲେ। ଚିତ୍ରକର ବିଶ୍ୱଜିତ୍‌ ପ୍ରମାଣିକ ଓ ତାପସ ରଞ୍ଜନ ପଣ୍ଡା ବିଚାରକ ଭାବେ ପ୍ରତିଯୋଗିତାକୁ ପରିଚାଳନା କରିଥିଲେ। କନିଷ୍ଠ ବିଭାଗରେ ମୋନାଲିସା ପ୍ରଧାନ ପ୍ରଥମ, ତମନ୍ନା କର ଦ୍ୱିତୀୟ ଏବଂ ମିନାକ୍ଷୀ ରାଉତ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଭୋର ମଲ୍ଲିକଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ବରିଷ୍ଠ ବର୍ଗର ଦିପିକା ଶତପଥି ପ୍ରଥମ, ଦେବାନ୍ସି ଦାସ ଦ୍ୱିତୀୟ ଏବଂ ଆୟୁଷୀ ସରକାର ତୃତୀୟ ସ୍ଥାନରେ କୃତକାର୍ଯ୍ୟ ହୋଇଥିବା ବେଳେ ଦିଶିତା ପାତ୍ରଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ଦିଆଯାଇଛି।
ଷ୍ଟେଶନ କ୍ଲବର ସଭାପତି ଅୟନ କୁମାର ସେନ ପ୍ରଥମେ ତାଙ୍କର ଅଭିଭାଷଣ ରଖିଥିଲେ। ସମ୍ପାଦକ ଗିରିଜା ଶଙ୍କର ଦାସ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଉପସଭାପତି ବିବେକ ଖଣ୍ଡେଲୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ବାଲେଶ୍ୱର ଷ୍ଟେଶନ କ୍ଲବର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ବରିଷ୍ଠ କର୍ମକର୍ତ୍ତା ମଳୟ କୁମାର ବିଶ୍ୱାସ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସମ୍ପାଦନ କରିବାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?