Posted inଜାତୀୟ

ଚିଦାମ୍ବରମଙ୍କୁ ଘର ଖାଦ୍ୟ ମନା

ନୂଆଦିଲ୍ଲୀ,୧୩-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଘରରନ୍ଧା ଖାଦ୍ୟ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ଅନୁମତି ଦେଇନାହାନ୍ତି। ଜେଲ୍‌ର ସବୁ ଅନ୍ତେବାସୀଙ୍କ ପାଇଁ ଖାଦ୍ୟ ସମାନ ବୋଲି ଜଷ୍ଟିସ୍‌ ସୁରେଶ କୁମାର କୈଟ ଗୁରୁବାର କହିଛନ୍ତି। ଜେଲ୍‌ରେ ଥିବା ତାଙ୍କ ମହକିଲଙ୍କୁ ୭୪ ବର୍ଷ ହୋଇଥିବାରୁ ତାଙ୍କୁ ଘରରନ୍ଧା ଖାଦ୍ୟ ପାଇଁ ଅନୁମତି ଦେବାକୁ ବରିଷ୍ଠ ଆଇନଜୀବୀ କପିଲ ସିବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ। ଏହାର ଜବାବରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ, ତାଙ୍କଠାରୁ ବୟସ୍କ ରାଜନୈତିକ ବନ୍ଦୀ ଓମ୍‌ ପ୍ରକାଶ ଚୌତାଲା ଅଛନ୍ତି। ତେଣୁ କାହାକୁ ବାଛବିଚାର କରାଯାଇପାରିବ ନାହିଁ ବୋଲି ସେ ଯୁକ୍ତି ବାଢ଼ିଥିଲେ। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଚିଦାମ୍ବରମଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି ବେଳେ ଏଭଳି ଯୁକ୍ତି ଉପସ୍ଥାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri