Posted inଜାତୀୟ

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ବୋଲି ଅଭିଯୋଗ ଆଣିଛି କଂଗ୍ରେସ।
କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା କହିଛନ୍ତି, ହତାଶ କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଚିଦାମ୍ବରମଙ୍କୁ ଗିରଫ କରାଇଛନ୍ତି। ଦେଶରେ ଅର୍ଥନୈତିକ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଏଥିରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ସିବିଆଇ ଏବଂ ଇଡି ସେମାନଙ୍କ ରାଜନୈତିକ ମାଷ୍ଟର୍ସଙ୍କୁ ଖୁସି କରିବା ପାଇଁ ଚିଦାମ୍ବରମଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଚିଦାମ୍ବରମଙ୍କୁ ୨୦ ଥର ସମନ କରାଯାଇଥିବାବେଳେ ତାଙ୍କ ଘରେ ୪ ଥର ଚଢ଼ାଉ କରାଯାଇସାରିଛି। ତାଙ୍କ ବିରୋଧରେ ମିଥ୍ୟା ଓ ମନଗଢ଼ା ଅଭିଯୋଗ ଆଣି ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯିବା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ସହ ସମାନ ବୋଲି ସୁର୍ଜଓ୍ବୋଲା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri