ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା

ଆସିକା,୧୪।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍‌. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ନଂ.୮୯/୨୦ରେ ମାମଲା ରୁଜୁ କରିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।
ଅପରପକ୍ଷେ ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ଅଭିଯୁକ୍ତ କର୍ମଚାରୀଙ୍କ ବିଭିନ୍ନ କାଗଜପତ୍ର ଓ ସାର୍ଟିଫିକେଟ୍‌ ଯାଞ୍ଚ ଜାରି ରହିଛି। ଏ ସମ୍ପର୍କରେ ଚିନିଶିଳ୍ପ ସମ୍ପାଦକଙ୍କୁ ପଚାରିବାରୁ ସମ୍ପୃକ୍ତ ୮ଜଣ କର୍ମଚାରୀଙ୍କ ମଧ୍ୟରୁ ଜଣେ ଇତିମଧ୍ୟରେ ଅବସର ଗ୍ରହଣ କରିଥିବାବେଳେ ଅନ୍ୟ ୭ଜଣଙ୍କୁ କାରକାନା ପକ୍ଷରୁ ଚାକିରୀରୁ ବରଖାସ୍ତ କରାଯାଇଛି ବୋଲି କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଚିନିଶିଳ୍ପରେ ବହୁ କର୍ମଚାରୀ ଅବସର ବୟସ ଅତିକ୍ରାନ୍ତ ହୋଇଥିଲେ ମଧ୍ୟ ଜାଲ୍‌ ସାର୍ଟିଫିକେଟ୍‌ ଦାଖଲ କରି ଚାକିରୀ କରୁଥିବା ଅଭିଯୋଗ ହୋଇ ଆସୁଥିଲା। ଏପରିକି ଏହି ଘଟଣାର ତଦନ୍ତ ଭାର ରାଜ୍ୟ କ୍ରାଇମ୍‌ ବ୍ରାଞ୍ଚ ହାତକୁ ନେଇଥିଲେ। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ବିଧିବଦ୍ଧ ତଦନ୍ତ ପରେ ୮ଜଣ କର୍ମଚାରୀଙ୍କ ଜାଲ୍‌ ସାର୍ଟିଫିକେଟ୍‌ ରହିଥିବା ଜଣାପଡିବା ପରେ ଚିନିଶିଳ୍ପ ପକ୍ଷରୁ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଆସିକା ଥାନାରେ ଏତଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri