ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି , ବିଧାୟକ, ଜିଲାପାଳ, ବିଭିନ୍ନ ଦଳର ନେତା, କୃଷକ , ଶ୍ରମିକମାନେ ସମସ୍ତେ ଏକାଠି ହୋଇ ଚିନିକଳ ଖୋଲିବା ପାଇଁ କି କି ପଦକ୍ଷେପ ନିଆଯାଇପାରିବ ସେ ନେଇ ଆଲୋଚନା କରିଥିଲେ। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ପୁରୀ ଏମ୍‌ପି ପିନାକୀ ମିଶ୍ର, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଜିଲାପାଳ ଡା. ପୋମା ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ବାରମ୍ବାର ଚିନକଳ ପରିସରରୁ ଚୋରି ହେଉଥିବାରୁ ଏହାର ସୁରକ୍ଷା ପାଇଁ କଡ଼ାକଡ଼ି ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ଟୁଡୁ କହିଥିଲେ। ଚିନିକଳ ପରିସରରେ ପୋଲିସ କର୍ମୀ ମୁତୟନ କରାଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ଜିଲାପାଳ କିଛି ଦିନ ଭିତରେ ଚିନିକଳକୁ ଯାଇ ସେଠାରେ ବର୍ତ୍ତମାନର ପରିସ୍ଥିତି ଭିଡ଼ିଓ ରେକର୍ଡ଼ିଂ କରିବେ ବୋଲି କହିଥିଲେ। ଏହା ପରେ ଆଉ ଏକ ବୈଠକ କରାଯାଇ ଏ ଦିଗରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଏମ୍‌ପି ମିଶ୍ର ସମସ୍ତ କାଗତପତ୍ରକୁ ଦେଖିବା ସହ କଣ ପ୍ରତିବନ୍ଧକ ରହିଛି ତାହାକୁ ଏଡ଼ାଇ ଚିନିକଳ ଖୋଲିବା ପାଇଁ ସମସ୍ତ ବନ୍ଦୋବସ୍ତ କରାଯିବ ବୋଲି ପ୍ରକାଶ କରିଥିଲେ। ଚିନିକଳ ସୁରକ୍ଷା ଅଭିଯାନର କର୍ମକର୍ତ୍ତା ବିଶ୍ୱନାଥ ମହାପାତ୍ର, ମନୋଜ କୁମାର ସାହୁ, ସନ୍ତୋଷ କୁମାର ପ୍ରଧାନ, ଯୋଗେନ୍ଦ୍ର ଖୁଣ୍ଟିଆ, ଜନାର୍ଦ୍ଧନ ଦଳବେହେରା, ଚକ୍ରଧର ଜେନା, ଉମେଶ ଚନ୍ଦ୍ର ମହାପାତ୍ର, ଗୋଲକ ବିହାରୀ ମୁଦୁଲି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri