ଚିନିଶିଳ୍ପ ସଭାପତିଙ୍କ ବିରୋଧରେ ମହିଳାଙ୍କ ଅଭିଯୋଗ

ଆସିକା,୨୭ା୧୦(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପର ମଦ ପ୍ରସ୍ତୁତି ଲାଗି ରହିଥିବା ବଟଲିଂ ପ୍ଲାଣ୍ଟର ମହିଳା ଶ୍ରମିକମାନେ ଚିନିଶିଳ୍ପର ସଭାପତି ବିପିନୀ ବିହାରୀ ପାତ୍ରଙ୍କ ବିରୋଧରେ ଆସିକା ଥାନାରେ ଅଭିଯୋଗ କରିଛନ୍ତି। ଶନିବାର ପ୍ଲାଣ୍ଟର ଶତାଧିକ ମହିଳା ଓ ପୁରୁଷ ଶ୍ରମିକ ଆସିକା ଥାନାରେ ପହଞ୍ଚତ୍ ସଭାପତି ପାତ୍ରଙ୍କ ବିରୁଦ୍ଧରେ ତିନୋଟି ପୃଥକ୍‌ ପୃଥକ୍‌ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗକାରୀଙ୍କ ମଧ୍ୟରେ ୨ଜଣ ମହିଳା ଅନୁସୂଚିତ ବର୍ଗର ଓ ଜଣେ ବିଧବା ମହିଳା ଅଛନ୍ତି। ଗତ ମଙ୍ଗଳବାର ସନ୍ଧ୍ୟାରେ ଏହି ଶ୍ରମିକମାନେ କେତେକ ଦାବି ନେଇ ସଭାପତିଙ୍କ ପ୍ରକୋଷ୍ଠକୁ ଯାଇଥିବାବେଳେ ସଭାପତି ଜାତିଗତ ଆକ୍ଷେପ କରିବା ସହ ଟଣାଓଟରା କରିବା ଓ ଧକ୍କା ମାରିବା ନେଇ ଅଭିଯୋଗରେ ଦର୍ଶାଯାଇଛି। ଏ ସମ୍ପର୍କରେ ସଭାପତି ପାତ୍ରଙ୍କୁ ପଚାରିବାରୁ, ଏଭଳି ଅଭିଯୋଗ ଭିତ୍ତିହୀନ ଓ ମନଗଢା ବୋଲି କହିଛନ୍ତି। ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କୁ ପଚାରିବାରୁ ଏନେଇ ତଦନ୍ତ କରାଯାଉଥିବା ସୂଚନା ଦେଇଛନ୍ତି।
ଯୋଗ୍ୟ ଯେ, ଗତ ମଙ୍ଗଳବାର ସନ୍ଧ୍ୟାରେ ବଟଲିଂ ପ୍ଲାଣ୍ଟ ଶ୍ରମିକମାନେ ବିଭିନ୍ନ ଦାବିନେଇ ଚିନିଶିଳ୍ପ ସଭାପତି, ପରିଚାଳନା ନିର୍ଦ୍ଦେଶକ ଓ ସମ୍ପାଦକଙ୍କୁ ପରିଚାଳନା ନିର୍ଦ୍ଦେଶକଙ୍କ ପ୍ରକୋଷ୍ଠରେ ରାତି ୧୧ଟା ଯାଏ ଅଟକ ରଖିଥିଲେ। ଚିନିଶିଳ୍ପର ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରାଙ୍କ ପକ୍ଷରୁ ଶୁକ୍ରବାର ବଟଲିଂ ପ୍ଲାଣ୍ଟ ଶ୍ରମିକ ସଂଘ ନେତା ବିଜୟ କୁମାର ସ୍ବାଇଁଙ୍କ ସମେତ ଅନ୍ୟ କେତେକଙ୍କ ବିରୁଦ୍ଧରେ ଆସିକା ଥାନାରେ ଅଭିଯୋଗ କରାଯାଇଥିଲା। ନଂ.୩୯୪/୧୯ରେ ମାମଲା ରୁଜୁ କାରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri