ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ

ସମ୍ବଲପୁର, ୧୨।୪ (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ୨ଟି ଲେଖାଏଁ ପଜିଟିଭ ରିପୋର୍ଟ ପ୍ରକାଶ ପାଇଛି । ଏହାକୁ ନେଇ ସମ୍ବଲପୁର ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳି ଯାଇଛି । ରିପୋର୍ଟ ପ୍ରକାଶ ବିଳମ୍ବ ହେଉଥିବା ଯୋଗୁ ଆହୁରି ଚିନ୍ତା ବଢ଼ାଇ ଦେଇଛି । ଜିଲାରୁ ଯାଇଥିବା ମୋଟ ୨୨୩ ରକ୍ତ ଓ ସ୍ବାବ୍‌ ନମୁନାରୁ ଏ ପର୍ଯ୍ୟନ୍ତ ମାତ୍ର ୬୭ଜଣଙ୍କ ରିପୋର୍ଟ ଜଣାପଡିଛି । ସମସ୍ତ ନେଗେଟିଭ ବାହାରିଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ହେଲେ ଅନ୍ୟ ୧୫୬ ରିପୋର୍ଟ ଏ ପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ । ତେଣୁ ଜନସାଧାରଣଙ୍କ ମନରେ ବିଭିନ୍ନ ପ୍ରକାର ସନ୍ଦେହ ଉଙ୍କି ମାରୁଛି । ରବିବାର ସୁନ୍ଦରଗଡ ଜିଲାରେ ୨ଟି ପଜିଟିଭ ଥିବା ଜଣାପଡିବା ପରେ ଲୋକମାନେ ଆହୁରି ଭୟଭୀତ ହୋଇପଡିଛନ୍ତି । ସମ୍ବଲପୁର ଜିଲାରୁ ଯାଇଥିବା ନମୁନା ଶୀଘ୍ର ପରୀକ୍ଷା କରାଯାଇ ରିପୋର୍ଟ ପ୍ରକାଶ କରାଯାଉ ବୋଲି ଦାବି ହେଉଛି । ଦେଶ ଓ ରାଜ୍ୟ ବାହାରୁ ଆସିଥିବା ବ୍ୟକ୍ତିମାନଙ୍କୁ ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିବା ୨ଟି ଅଇଁଠାପାଲି ଓ ଗୋଶାଳାରେ କ୍ବାରାଣ୍ଟାଇନ ହୋମରେ ରଖାଯାଇଛି । ସେହିପରି ହୋମ କ୍ବାରାଣ୍ଟାଇନରେ ମଧ୍ୟ ରଖାଯାଇ ତାଙ୍କ ଘର କାନ୍ଥରେ ସୂଚନା ପ୍ରଦାନ କରାଯାଇଛି । ହେଲେ ହୋମ କ୍ବାରାଣ୍ଟାଇନରେ ଥିବା ବ୍ୟକ୍ତି ନିୟମ ଉଲ୍ଲଂଘନ କରି ବୁଲାବୁଲି କରୁଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ତାଙ୍କ ପରିବାର ମଧ୍ୟ ବାହାରକୁ ଯିବା ଆସିବା କରୁଥିବା ଅଭିଯୋଗ ହୋଇଛି। ଜିଲା ପୋଲିସ ଏ ନେଇ ନିୟମ ଉଲ୍ଲଂଘନ କରୁଥିବା ଯୋଗୁ କେତେ ଜଣଙ୍କ ନାମରେ ମାମଲା ରୁଜୁ କରିସାରିଛି । କ୍ବାରାଣ୍ଟାଇନରେ ଥିବା ବ୍ୟକ୍ତି ଓ ବାକିଥିବା ପରୀକ୍ଷା ରିପୋର୍ଟରେ ଯଦି ପଜିଟିଭ ଆସେ ତାହେଲେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ରବିବାର ସୁଦ୍ଧା କ୍ବାରାଣ୍ଟାଇନ ହୋମରେ ୭୦ଜଣ ଥିବା ଜଣାପଡିଛି । ସେମାନଙ୍କୁ ପୋଲିସ ସୁରକ୍ଷାରେ ରଖାଯାଇ ଡାକ୍ତରି ଟିମ୍‌ ଯାଞ୍ଚ କରୁଛନ୍ତି । ଏ ସମ୍ପର୍କରେ ଏଡିଏମଓ ଅଶୋକ ଦାଶ କହିଛନ୍ତି ଯେ, ଜିଲାବାସୀ ସେମିତି ଭୟଭୀତ ହେବାର କୌଣସି କାରଣ ନାହିଁ । କ୍ବାରାଣ୍ଟାଇନରେ ଥିବା ବ୍ୟକ୍ତିମାନଙ୍କର ସେଭଳି କିଛି ଲକ୍ଷଣ ଦେଖାଯାଇନାହିଁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri