ଚିନ୍ତା ବଢ଼ାଇଲାଣି କରୋନା: ୬ ଦିନରେ ଚିହ୍ନଟ ହେଲେଣି ୮୩୩ ଆକ୍ରାନ୍ତ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୬ ଦିନରେ ମୋଟ ୮୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୁନ୍‌ ୧ରେ ୧୫୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଜୁନ୍‌ ୨ରେ ୧୪୧, ଜୁନ୍‌ ୩ରେ ୧୪୩, ଜୁନ୍‌ ୪ରେ ୯୦, ଜୁନ୍‌ ୫ରେ ୧୩୦ ଏବଂ ଜୁନ୍‌ ୬ ଅର୍ଥାତ ଶନିବାର ୧୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ଅପରପକ୍ଷେ ଲକ୍‌ଡାଉନ୍‌ କୋହଳ କରାଯାଇଥିବାରୁ ବିଭିନ୍ନ ଛକ, ବଜାରରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଫଳରେ ଏହି ସଂଖ୍ୟା ଆଗକୁ ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଅପରପକ୍ଷେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ବ୍ୟବହାର ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଅଧିକ ଆକ୍ରାନ୍ତ ଚିହ୍ନଟ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ଜୁନ୍‌ ୩୦ ଯାଏ ଚାଲିବ ବୋଲି କୁହାଯାଇଛି।

ପ୍ରକାଶ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ସକାଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୮୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri