ଚିନ୍ତା ବଢ଼ାଇଲାଣି ସ୍ବଳ୍ପ ବୃଷ୍ଟି

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ରାଜ୍ୟରେ ମରୁଡ଼ି ପରିସ୍ଥିତି ଉପୁଜିଲାଣି। ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ ଉଜୁଡ଼ି ଗଲାଣି। ଅନେକ ଅଞ୍ଚଳରେ ଗଜା ମରୁଡ଼ିର ଆଶଙ୍କା ମଧ୍ୟ ଦେଖାଦେଲାଣି। ବର୍ଷା ଚିନ୍ତାରେ ଚାଷୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଦୁର୍ବଳ ରହିଥିବା ମୌସୁମୀ ପୁଣି ଥରେ ସକ୍ରିୟ ହେବ। ୨୫ତାରିଖଠାରୁ ଉପକୂଳ ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବା ସହ ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ଦୁଇଦିନ ବର୍ଷା ନାହିଁ। କାଳବୈଶାଖୀ ପ୍ରଭାବରେ ୨୩ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ। ୨୪ ତାରିଖରେ ମଧ୍ୟ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୫ ତାରିଖରୁ ଓଡ଼ିଶାରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ବାଭାବିକଠାରୁ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି। ଅଗଷ୍ଟ ଶେଷ ସୁଦ୍ଧା କମ୍‌ ବର୍ଷାର ଭରଣା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି। ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ତାତି ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଜନସାଧାରଣଙ୍କୁ କଲବଲ କରୁଛି। ଖରାଦିନ ଭଳି ବର୍ତ୍ତମାନ ତାତି ଅସମ୍ଭାଳ ହୋଇପଡ଼ୁଛି। ସକାଳ ୯ଟା ପରେ ଖରା ଏମିତି ହେଉଛି ଯେ ଲୋକେ ବାହାରକୁ ବାହାରିବାକୁ ବି ଡରୁଛନ୍ତି। ସୋମବାର ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୬ଡିଗ୍ରୀ ଉପରେ ରହିଥିଲା।
ସେପଟେ ବର୍ଷା ଅଭାବରୁ ରାଜ୍ୟର ଅଧିକାଂଶ ଜଳଭଣ୍ଡାରରେ ସାଂଘାତିକ ସ୍ଥିତି ଉପୁଜିଛି। ହୀରାକୁଦ ସମେତ ପ୍ରମୁଖ ଜଳଭଣ୍ଡାର ଗୁଡ଼ିକରେ ଧାର୍ଯ୍ୟ କ୍ଷମତାଠାରୁ ଯଥେଷ୍ଟ କମ୍‌ ପାଣି ରହିଛି। ସ୍ଥିତି ଏମିତି ହୋଇଛି ଯେ, ହୀରାକୁଦ ଏବଂ ଅନ୍ୟ ଡ୍ୟାମ୍‌ରୁ ଜଳ ବିଦ୍ୟୁତ ଉତ୍ପାଦନ କମାଇବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯଦି ଶୀଘ୍ର ପର୍ଯ୍ୟାପ୍ତ ପରିମାଣର ବର୍ଷା ନ ହୁଏ, ତେବେ ଶିଳ୍ପ ଓ ଚାଷ ପାଇଁ ପାଣି ଯୋଗାଣ ପ୍ରଭାବିତ ହେବ। ହୀରାକୁଦ ଉପରମୁଣ୍ଡରେ ବର୍ଷା ଅଭାବଜନିତ ସ୍ଥିତି ଅତି ଗମ୍ଭୀର ଥିବାରୁ ଜଳଭଣ୍ଡାରରୁ ଜଳସ୍ତର ହ୍ରାସ ପାଇଛି। ଗତବର୍ଷ ଜୁଲାଇ ୨୦ ତାରିଖରେ ଜଳସ୍ତର ୬୦୭.୨୫ ଫୁଟ୍‌ ଥିବାବେଳେ ଚଳିତବର୍ଷ ସମାନ ତାରିଖରେ ୫୯୯.୮୩ ଫୁଟ୍‌ ରହିଛି। ସୋମବାର ଜଳସ୍ତର ଆହୁରି କମି ୫୯୮.୮୫ ଫୁଟ୍‌ରେ ପହଞ୍ଚତ୍ଛି। ଏବେ ସେକେଣ୍ଡ ପ୍ରତି ୨୩୦୦ ଘନଫୁଟ ଜଳ ହୀରାକୁଦକୁ ପ୍ରବେଶ କରୁଥିବା ବେଳେ କେନାଲ ଓ ପାୱାର ଚ୍ୟାନେଲ୍‌ ଦେଇ ସେକେଣ୍ଡ ପ୍ରତି ୧୨ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି। ଯାହାଦ୍ୱାରା ଜଳସ୍ତର କମିବାରେ ଲାଗିଛି। କେବଳ ହୀରାକୁଦ ନୁହେଁ ବାଲିମେଳା, ରେଙ୍ଗାଲି, ମାଛକୁଣ୍ଡ ଆଦି ଜଳଭଣ୍ଡାରରେ ମଧ୍ୟ ଗତବର୍ଷ ତୁଳନାରେ ଜଳସ୍ତର କମିଛି। ସେହିପରି ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗତବର୍ଷ ଜଳସ୍ତର ୬୩୩.୦୪ ମିଟର ରହିଥିବାବେଳେ ଚଳିତ ବର୍ଷ ୬୩୦. ୫୮ ମିଟର ରହିଛି। ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମୁଥିବାରୁ ତା’ର ପ୍ରଭାବ ପଡ଼ିବା ବି ଆରମ୍ଭ ହୋଇଯାଇଛି। ତେଣୁ ବାଧ୍ୟ ହୋଇ ହୀରାକୁଦରୁ ଜଳ ବିଦ୍ୟୁତ ଉତ୍ପାଦନ କମାଇବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ଜଳଭଣ୍ଡାରରେ ମଧ୍ୟ ଜଳ ପରିଚାଳନା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri