ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ: ରାଜ୍ୟରେ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ। ସୋମବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରନ୍ତଙ୍କ ମଧ୍ୟରେ ୧୦ଜଣ ପଞ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୨୪ ଜଣ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳରୁ ଫେରିଛନ୍ତି ଅଥବା ଫେରିଥିବା ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏ ନେଇ ସୂଚନା ଦେଇଛନ୍ତି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ।
ଆଜି ଭଦ୍ରକରେ ଚିହ୍ନଟ ହୋଇଥିବା ୫ଜଣ ଆକ୍ରାନ୍ତ ଏବଂ ଯାଜପୁରରେ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି କୋଲକାତାର ଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି। ଏହା ସହ ଆଗୁଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଆଶ୍ୱସ୍ତି ଆଣିଛି ବୋଲି ବାଗ୍‌ଚୀ କହିଛନ୍ତି। ପଶ୍ଚିମବଙ୍ଗରୁ ଫେରିଥିବା ସମସ୍ତ ବ୍ୟକ୍ତି ୨୮ ଦିନ କ୍ୱାରେଣ୍ଟାଇନରେ ରହିବେ। କୌଣସି ବ୍ୟକ୍ତି ସହଯୋଗ ନକଲେ ଆଇନତଃ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଛି ।
ଏହାସହ ସଂକ୍ରମଣ ପ୍ରତିରୋଧ ଜୋନରେ ରହି ସରକାରଙ୍କୁ ସହଯୋଗ କରୁଥିବା ଜନତାଙ୍କୁ ସାଧୁବାଦ ଜଣାଇଛନ୍ତି। କଣ୍ଟେନମେଣ୍ଟରେ ରହୁଥିବା ସମସ୍ତ ଲୋକ ଜଣେ ଜଣେ କୋଭିଡ୍‌ ଯୋଦ୍ଧା। ତାଙ୍କ ସହଯୋଗ ପାଇ କରୋନା ସଂକ୍ରମଣକୁ କିଛି ମାତ୍ରାରେ ପ୍ରତିହତ କରିବାରେ ସରକାର ସଫଳ ହୋଇଛନ୍ତି ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri