ଚିନ୍ତା ବଢାଇବ ଏନ୍‌ପିଏ ସମସ୍ୟା

ମୁମ୍ବାଇ,୮।୬: କରୋନା ପାଇଁ ଦେଶର ଅର୍ଥବ୍ୟବସ୍ଥା ଚାପରେ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍‌ପିଏ) ସମସ୍ୟା ଚିନ୍ତାକୁ ବଢାଇବ ବୋଲି ଆକଳନରେ କୁହାଯାଇଛି। ଏହି ସମୟରେ ଏନ୍‌ପିଏ ୧୧.୩ରୁ ୧୧.୬%କୁ ବଢିବା ନେଇ ଆଶଙ୍କା କରାଯାଇଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହା ୮.୬% ରହିଥିଲା। ରେଟିଂ ଏଜେନ୍ସି ଇକ୍ରା ପକ୍ଷରୁ ଜାରି ଏକ ରିପୋର୍ଟରେ କୁହାଯାଇଛି ଯେ, ୨୦୨୦-୨୧ରେ ପ୍ରଦାନ କରାଯାଉଥିବା ଅଗ୍ରୀମର ୫ରୁ ୫.୫% ଚାପଗ୍ରସ୍ତ ହେବ ବୋଲି କୁହାଯାଇଛି। ଫଳରେ ଏହା ବ୍ୟାଙ୍କଗୁଡିକର ଋଣ ଯୋଗାଣ ଏବଂ ଆୟ କ୍ଷେତ୍ରରେ ପ୍ରଭାବ ପକାଇବାର ଆଶଙ୍କା ରହିଛି। ଋଣ ଯୋଗାଣ ଅଭିବୃଦ୍ଧି ଆଖିଦୃଶିଆ ହେଉ ନ ଥିବାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪୫,୦୦୦ ରୁ ୮୨,୫୦୦ କୋଟି ଟଙ୍କାର ପୁଞ୍ଜି ଆବଶ୍ୟକ କରିପାରନ୍ତି ବୋଲି ଏହି ରିପୋର୍ଟରେ କୁହାଯାଇଛି। ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଅଗଷ୍ଟ ମାସ ଯାଏ ମୋରାଟୋରିୟମ ସୁବିଧା ଦେଇଛି। ଆସେଟ କ୍ୟାଲିଟିରେ ଚାପ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ଏବଂ ଚତୁର୍ଥ ତ୍ରୈମାସରେ ଦେଖାଯିବ ବୋଲି ଇକ୍ରାର ଫାଇନାନ୍ସିଆଲ ସେକ୍ଟର ରେଟିଂ ମୁଖ୍ୟ ଅନୀଲ ଗୁପ୍ତା କହିଛନ୍ତି। ଏହି ସମୟରେ ଘରୋଇ ବ୍ୟାଙ୍କଗୁଡିକର ଆୟରେ ମଧ୍ୟ ପରିବର୍ତ୍ତନ ଦେଖାଯିବ। ବ୍ୟାଙ୍କଗୁଡିକର ଋଣ ଅଭିବୃଦ୍ଧି ୬ରୁ୭% ରହିପାରେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କ କ୍ଷେତ୍ରରେ ଏହା ୩.୫ରୁ ୪.୩% ଏବଂ ଘରୋଇ ବ୍ୟାଙ୍କ କ୍ଷେତ୍ରରେ ୭ରୁ ୯% ରହିବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri