ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ ନିର୍ବାଚିତ ପ୍ରତିନିଧି କେହି ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ଏନେଇ ଦିବ୍ୟାଙ୍ଗ ମହାସଂଘ ଓ ଜାଗ ମୟୂରଭଞ୍ଜ ଜାଗ ସ୍ବେଚ୍ଛାସେବୀ ସଂସ୍ଥା ବିଭିନ୍ନ ସମୟରେ ଜିଲା ଓ ବ୍ଲକ ପ୍ରଶାସନକୁ ବିଭିନ୍ନ ସମୟରେ ଅବଗତ କରାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଦିବ୍ୟାଙ୍ଗ ମହାସଂଘର ଅରୁଣ କୁମାର ବେହେରା ଓ ଜାଗ ମୟୂରଭଞ୍ଜ ଜାଗର ସୋନାଲି ବେହେରାଙ୍କ ନେତୃତ୍ୱରେ ଏକ ସଚେତନତା ରାଲି ଓ ଚାରା ରୋପଣ କାର୍ଯ୍ୟକ୍ରମ ଚିପଟ ଅସ୍ତିଆଠାରେ ଆୟୋଜିତ ହୋଇଯାଇଛି। ରାଲିରେ ଶତାଧିକ ମହିଳା ସାମିଲ ହୋଇ ପରିମଳ ବ୍ୟବସ୍ଥା, ନିରକ୍ଷରତା ଦୂର, ବିଶୁଦ୍ଧ ପାଣି ଯୋଗାଣ, ଶୌଚାଳୟ ନିର୍ମାଣ, ଗ୍ରାମକୁ ପଲିଥିନ ମୁକ୍ତ କରିବା ଆଦି ବିଭିନ୍ନ ସମସ୍ୟାର ସମଧାନ ଦାବି କରିବା ସହିତ ଚିପଟ ଅସ୍ତିଆ ବିିଦ୍ୟାଳୟଠାରେ ବୃକ୍ଷରୋପଣ କରିଥିଲେ। ପରେ ଦିବ୍ୟାଙ୍ଗ ମହାସଂଘର ଅରୁଣ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୋନାଲି ପ୍ରିୟଦର୍ଶିନୀ ବେହେରା, ସବିତା ପଲେଇ, ଚୁମକି ବେହେରା, ବନିତା ଦେହୁରୀ, ସ୍ନେହଲତା ପ୍ରଧାନ, ରେଣୁ ନାଏକ, ଯମୁନା ଚୌଧୁରୀ, ମନୋରମା ଚୌଧୁରୀ, ପାର୍ବତୀ ନାଏକ, ପ୍ରୀତିସ୍ମିତା ସେଠୀ, ସୁମତି ନାଏକ, ନିନି ରଣାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହି ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଗ୍ରାମବାସୀ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri