ଚିଲିକାରେ ଘେରି ଉଚ୍ଛେଦକୁ ବିରୋଧ: ପେସାଦାର ମତ୍ସ୍ୟଜୀବୀଙ୍କ ଧାରଣା ୮ମ ଦିନରେ

କୃଷ୍ଣପ୍ରସାଦ,୩ା୧୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରୁ ଘେରି ଉଚ୍ଛେଦକୁ ବିରୋଧ କରି ଚିଲିକା ଦ୍ୱୀପାଞ୍ଚଳ ପେସାଦାର ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଆଗରେ ଚାଲିଥିବା ଧାରଣା ସୋମବାର ୮ମ ଦିନରେ ପହଞ୍ଚତ୍ଛି। ୮ଦିନ ପରେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇପାରିନାହାନ୍ତି। ଅନ୍ୟପକ୍ଷେ ଆନ୍ଦୋଳନରେ ଅଞ୍ଚଳବାସୀ ସାମିଲ ହୋଇଥିବାରୁ ଜମିରେ ପାଚିଥିବା ଧାନ ଫସଲ ନଷ୍ଟ ହେବାକୁ ବସିଛି। ବାର୍‌ହା ପଶି ଧାନ ଫସଲ ନଷ୍ଟ କରୁଛନ୍ତି। ଶ୍ରମିକମାନେ ମଧ୍ୟ କାମଧନ୍ଦାକୁ ଯାଇପାରୁ ନାହାନ୍ତି। ପେସାଦାର ମତ୍ସ୍ୟଜୀବୀ ମହାସଂଘ ସଭାପତି କେଳୁ ଚରଣ ଜେନା, ସମ୍ପାଦକ କବିରାଜ ମାଝି, ୩୫ ମୌଜା ସଭାପତି ଦାମୋଦର ବିଶ୍ୱାଳ, ସୁରେନ୍ଦ୍ର ନାଥ ମାଝି, ଦୀନବନ୍ଧୁ ଜେନା, ହେମନ୍ତ କୁମାର ଜେନା,ଏକାଦଶୀ ଜେନା, ଶ୍ରୀଧର ପଲେଇ, ମହେଶ୍ୱର ଜେନା, କେଦାର ନାଥ ସାହୁ, ହେମନ୍ତ ପଣ୍ଡା, ସୁକାନ୍ତ ମହାପାତ୍ର, ଶରତ ଚନ୍ଦ୍ର ଜେନା, ହିରଣ୍ୟ କୁମାର ଜେନା, ବିଦ୍ୟାଧର ପଲେଇ ପ୍ରମୁଖ ଚେତାବନୀ ଦେଇଛନ୍ତି ଯେ, ସରକାର ଖୁବ୍‌ ଶୀଘ୍ର ଘେରି ଉଚ୍ଛେଦ ବନ୍ଦ କରିବାକୁ ନିର୍ଦ୍ଦେଶ ନ ଦେଲେ ବିଦ୍ୟାଳୟ, ମହାବିଦ୍ୟାଳୟ, ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ କରି ରାସ୍ତାରୋକୋ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri