ଚିଲିକାରେ ଫସିଲା ଡଙ୍ଗା: ୮ ପର୍ଯ୍ୟଟକ ଉଦ୍ଧାର

ବାଲୁଗଁା,୮ା୧୨(ଡି.ଏନ୍‌.ଏ.): କାଳିଜାଈ ଦର୍ଶନ ସାରି ୮ଜଣ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବା ଏକ ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଗୁରୁବାର ଦୀର୍ଘ ସମୟ ଧରି ଚିଲିକାରେ ଫସି ରହିଥିଲା। ଖବରପାଇ ବଡ଼କୂଳ ପାନ୍ଥନିବାସ ପରିଚାଳକ ସବ୍ୟସାଚ୍ଚୀ କର ଅନ୍ୟ ଏକ ବୋଟ୍‌ରେ ଘଟଣାସ୍ଥଳରେ ପହଞ୍ଚିବା ପରେ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ କୂଳକୁ ଅଣାଯାଇଥିଲା। ସୂଚନା ମୁତାବକ, ବଡ଼କୂଳ ପାନ୍ଥନିବାସ ସ୍ଥିତ ଏକ ଘରୋଇ ଡଙ୍ଗା ପୁରୀ ଓ ବ୍ରହ୍ମପୁର ଅଞ୍ଚଳର ୮ଜଣ ପର୍ଯ୍ୟଟକଙ୍କୁ ନେଇ ଅପରାହ୍ନରେ କାଳିଜାଈ ଦର୍ଶନ ନିମେନ୍ତ ଯାତ୍ରା କରିଥିଲା। ସେଠାରୁ ସନ୍ଧ୍ୟା ୬ଟାରେ ଉକ୍ତ ଡଙ୍ଗା ପର୍ଯ୍ୟଟକମାନଙ୍କୁ ନେଇ ଫେରୁଥିବା ବେଳେ ଚିଲିକାରେ ହଠାତ୍‌ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଚଳ ହୋଇ ଫସି ରହିଥିଲା। ଫଳରେ ପର୍ଯ୍ୟଟକମାନେ ଭୟଭୀତ ହୋଇପଡ଼ିଥିଲେ। ଘଟଣା ସମ୍ପର୍କରେ ଖବରପାଇ ପାନ୍ଥନିବାସ ପରିଚାଳକ କର ଏକ ଟିମ୍‌ ସହ ସରକାରୀ ବୋଟ୍‌ ନେଇ ପହଞ୍ଚିଥିଲେ। ଯାନ୍ତ୍ରିକ ତ୍ରୁଟି ହୋଇଥିବା ଡଙ୍ଗାକୁ ମରାମତି ପରେ ଡଙ୍ଗାଟି ପର୍ଯ୍ୟଟକମାନଙ୍କୁ ଧରି ସୁରକ୍ଷିତ ଭାବେ କୂଳରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?