ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ ଗୋଟିଏ ମୁହାଣ ଖୋଲିଛି। ନୂଆ ମୁହାଣ ଖୋଲିବା ଦ୍ୱାରା ଚିଲିକାରେ ଲବଣର ମାତ୍ରା ବଢ଼ିଯାଇଛି। ତେବେ କେବଳ ପ୍ରାକୃତିକ ଉପାୟରେ ବାଲି ହୋଇ ଏହା ପୂର୍ବ ଅବସ୍ଥାକୁ ଆସିବ ବୋଲି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି। ଜୈବ ବିବିଧତାରେ ଅସନ୍ତୁଳନ ଦେଖାଯାଇଛି। ଅତି ସ୍ପର୍ଶକାତର ଜଳଚର ଜୀବମାନେ ବାତ୍ୟା ଓ ଜୁଆର ପ୍ରଖରତାରେ ପ୍ରଭାବିତ ହୋଇପାରିଥାଆନ୍ତି। ତେଣୁ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏହା ଅନୁଧ୍ୟାନ କରିବେ ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେପଟେ ପୁରୀରେ ଉପୁଡ଼ି ଓ ଭାଙ୍ଗିପଡ଼ିଥିବା ଗଛ କାଟିବା ପାଇଁ ୯୦ ଦଳ ନିୟୋଜିତ ହୋଇଥିବା ବେଳେ ବ୍ରହ୍ମଗିରି-ସାତପଡ଼ା ଅଞ୍ଚଳରେ ୨୦ ଦଳ ନିୟୋଜିତ ଅଛନ୍ତି। ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଓଡ଼ିଶା ବନ ନିଗମ ପକ୍ଷରୁ ପୁରୀ ସହର, ନିକଟବର୍ତ୍ତୀ ଅଞ୍ଚଳ ଏବଂ ନିମାପଡ଼ା ଅଞ୍ଚଳ ପାଇଁ ୬୦ ଦଳକୁ ମୁତୟନ କରାଯାଇଛି। ସେହିପରି ୧୨୦ ଗଛକଟାଳି ଦଳ ଭୁବନେଶ୍ୱରର ବିଭିନ୍ନ ୟୁନିଟ୍‌ ଅଞ୍ଚଳ, ସଚିବାଳୟ ଅଞ୍ଚଳ, ଆର୍‌ବିଆଇ କଲୋନୀ, ବିଜୁ ପଟ୍ଟନାୟକ ପାର୍କ, ବୁଦ୍ଧ ପାର୍କ, ଇନ୍ଦିରା ଗାନ୍ଧୀ ପାର୍କ, ମଧୁସୂଦନ ପାର୍କ ଆଦି ଅଞ୍ଚଳରେ ପଡ଼ିଥିବା ଗଛ କାଟିବା ସହ ବିଦ୍ୟୁତ୍‌ ସଂଯୋଗୀକରଣରେ ସେସୁକୁ ସହାୟତା ରହିବେ। ଏଥିସହିତ ବିଏମ୍‌ସି ଅଞ୍ଚଳରେ ମଧ୍ୟ ଗଛକଟା ଓ ଆବର୍ଜନା ସଫେଇରେ ସହଯୋଗ କରିବେ ବୋଲି ରବିବାର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri