ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଏହାକୁ ଉଦ୍‌ଘାଟନ କରିଥିଲେ ା ମହୋତ୍ସବ ପାଇଁ ସମଗ୍ର ବାଲୁଗଁା ସହର ଉତ୍ସବମୁଖର ହୋଇଉଠିଛି ।
ପୂର୍ବାହ୍ନରେ ମଞ୍ଚପୂଜା ପରେ ମା’କାଳିଜାଈଙ୍କ ଜ୍ୟୋତି ଶୋଭାଯାତ୍ରା ବାଲୁଗଁା ନଗର ପରିକ୍ରମା କରିଥିଲା। ଦିନତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ସନ୍ଧ୍ୟାରେ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସଭାପତିତ୍ୱରେ ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟଅତିଥି ଏବଂ ପୂର୍ବତନ ମନ୍ତ୍ରୀ ଡା. ଦେବେନ୍ଦ୍ର ନାଥ ମାନସିଂହ, ଚିଲିକାର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ରଘୁନାଥ ସାହୁ, ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ମା’କାଳିଜାଈ ମତ୍ସ୍ୟ ବ୍ୟବସାୟୀ ସଂଘ ସଭାପତି ଜୟନ୍ତ କୁମାର ସ୍ବାଇଁ, ବାଣପୁର ବ୍ଲକ ଅଧ୍ୟକ୍ଷା ରଞ୍ଜିତା ସେଠୀ, ଚିଲିକା ବ୍ଲକ ଉପାଧ୍ୟକ୍ଷ ଉତ୍ପଳ ପାଇକରାୟ, ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚିଲିକାର ପୁରାତନ ନୌବାଣିଜ୍ୟ ପରମ୍ପରା ଉପରେ ସ୍ମୃତି ଚାରଣ କରିଥିଲେ। ମହୋତ୍ସବ କମିଟି ସମ୍ପାଦକ ଡ. କୈଳାସ ଚନ୍ଦ୍ର ମହାରଣା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ଦେଇଥିଲେ। ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବ ଉଦ୍‌ଘାଟନ କରିବା ପରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ସଂଗୀତ ଗାନ କରାଯାଇଥିଲା। ମଙ୍ଗଳବାର ପ୍ରାତଃ ୫ଘଟିକା ସମୟରେ ଆତସବାଜି ପ୍ରଦର୍ଶନ ସହ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ। ୩ଦିନ ବ୍ୟାପୀ ମହୋତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri