ଚିଲିକା ସେଲ୍‌ଡକ୍‌ ଫକ୍‌ କାର୍ନିଭାଲ ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ

ବାଲୁଗାଁ,୯ା୧୨ (ଡି.ଏନ.ଏ.): ଓଡ଼ିଶାର ସଂସ୍କୃତି ଓ ଲୋକକଳାକୁ ବଜାୟ ରଖିବା ଉଦ୍ଦେଶ୍ୟରେ ସ୍ଥାନୀୟ ବଡ଼କୁଳସ୍ଥିତ ଚିଲିକା ତଟଦେଶରେ ଅବସ୍ଥାପିତ ଓଡ଼ି ଆର୍ଟ ମ୍ୟୁଜିୟମ୍‌ ପରିସରରେ ଶନିବାରଠାରୁ ୫ଦିନ ବ୍ୟାପୀ ଚିଲିକା ସେଲ୍‌ଡକ୍‌ ଫକ୍‌ କାର୍ନିଭାଲ ଆରମ୍ଭ ହୋଇଛି ା ସନ୍ଧ୍ୟାରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ବିଭିନ୍ନ ଦିବସରେ ଆନ୍ତଃରାଜ୍ୟ ଲୋକକଳା ନୃତ୍ୟ ଓ ସଂଗୀତ ସହିତ ସ୍ଥାନୀୟ ଅଞ୍ଚଳର ପରମ୍ପରାକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ପିଠା ଓ ନୌଚାଳନା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ରବିବାର ପୂର୍ବାହ୍ନରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ନେଇ ପାନ୍ଥନିବାସ ଜେଟିଠାରୁ ଜଟିଆନାସୀ ପାହାଡ଼ ମଧ୍ୟରେ ନୌଚାଳନା ପ୍ରତିଯୋଗିତା ହୋଇଥିଲା ା ଦିନତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ସନ୍ଧ୍ୟାରେ ଯୁବତୀଯୁବକଙ୍କୁ ନେଇ ମିଷ୍ଟର ଓ ମିସେସ୍‌ ଚିଲିକା ପ୍ରତିଯୋଗିତା କରାଯାଇଥିଲା। ଜଜ୍‌ ଭାବେ ଚଳଚ୍ଚିତ୍ର ଅଭିନେତ୍ରୀ ଶିବାନୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ ା ସମ୍ବଲପୁରୀ ରଙ୍ଗଶାଳା ଗ୍ରୁପ୍‌ ପକ୍ଷରୁ ରଙ୍ଗବତୀ ଗୀତ ଓ ନୃତ୍ୟର ତାଳେ ତାଳେ ଦର୍ଶକ ଝୁମିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳ ହଜାର ହଜାର ଦର୍ଶକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri