Posted inଜାତୀୟ

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ କରାଯାଇଛି। ଏଥର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ପୂର୍ବତନ ବୈଦେଶିକ ସଚିବ ଏସ ଜୟଶଙ୍କରଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ୭ ଲୋକ କଲ୍ୟାଣ ମାର୍ଗରେ ରହୁଥିବା ଜୟଶଙ୍କର ହଠାତ ଡାକରା ପାଇ ମୋଦିଙ୍କ ବାସଭବନରେ ଏସ ପହଞ୍ଚିଥିଲେ। ତା’ ପରେ ଜୟଶଙ୍କରଙ୍କୁ ରାଜ୍ୟସଭାକୁ ମନୋନୀତ କରି ମୋଦି ସରକାର ମନ୍ତ୍ରୀ ପଦ ଦେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଜୟଶଙ୍କର ୨୦୧୫ରୁ ୨୦୧୮ ଯାଏ ଭାରତର ବୈଦେଶିକ ସଚିବ ଭାବେ କାର୍ଯ୍ୟ କରିଥିଲେ। ସେ ୧୯୭୭ରେ ଆଇଏଫଏସରେ ଯୋଗଦେଇଥିଲେ। ସେ ଭାରତର ବୈଦେଶିକ ସଚିବ ହେବା ପୂର୍ବରୁ ଆମେରିକା, ଚାଇନା, ଚେକ ଗଣରାଜ୍ୟରେ ଭାରତର ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିଛନ୍ତି। ସେହିପରି ସିଙ୍ଗାପୁରରେ ଭାରତୀୟ ହାଇକମିଶନର ଭାବେ କାର୍ଯ୍ୟ କରିବାର ଅଭିଜ୍ଞତା ମଧ୍ୟ ତାଙ୍କ ପାଖରେ ରହିଛି। ଜୟଶଙ୍କର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିଲାବେଳେ ସେ କେଉଁ ବିଭାଗ ପାଇବେ ତାହା ଘୋଷଣା କରାଯାଇନାହିଁ। ସେ ସୁଷମା ସ୍ବରାଜଙ୍କ ସ୍ଥାନରେ ବୈଦେଶିକ ମନ୍ତ୍ରୀ ହେବେ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ୨୦୧୨ରେ ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିବାବେଳେ ଚୀନ ଗସ୍ତରେ ଯାଇଥିଲେ। ସେହି ସମୟରେ ଚୀନରେ ଜୟଶଙ୍କରଙ୍କୁ ପ୍ରଥମଥର ପାଇଁ ଭେଟି ଥିଲେ। ୨୦୧୪ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ବିଦେଶ ଗସ୍ତରେ ଆମେରିକା ଯାଇଥିଲେ। ଏହାର ଯୋଜନା ସବୁ ପ୍ରସ୍ତୁତ କରିଥିଲେ ଜୟଶଙ୍କର।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri