ଭୁବନେଶ୍ୱର,୧୨।୬(ବ୍ୟୁରୋ)- କେନ୍ଦ୍ର ସାହିତ୍ୟ ଏକାଡେମୀ ଏଥର ଏକାଡେମୀ ପୁରସ୍କାର ଘୋଷଣା କରିବା ସହ ଚୂଡ଼ାନ୍ତ ପର୍ଯ୍ୟାୟରେ ଥିବା ପୁସ୍ତକ ଓ ଏହାର ଲେଖକମାନଙ୍କ ନାମ ତାଲିକା ପ୍ରକାଶ କରିବ। ଏ ନେଇ ଏକାଡେମୀ ସଚିବ କେ. ଶ୍ରୀନିବାସନ୍ ଲେଖିଥିବା ଏକ ଚିଠିରୁ ସୂଚନା ମିଳିଛି। କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରତିବର୍ଷ ୪ ବିଭାଗରେ ସମୁଦାୟ ୨୪ ଭାଷାରେ ସାହିତି୍ୟକ ତଥା ଲେଖକଙ୍କୁ ପୁରସ୍କୃତ କରିଥାଏ। ସାହିତ୍ୟ ଏକାଡେମୀ ପୁରସ୍କାର ସହ ଏକାଡେମୀ ଯୁବ ପୁରସ୍କାର, ବାଲ୍ ସାହିତ୍ୟ ପୁରସ୍କାର ଓ ଏକାଡେମୀ ଅନୁବାଦ ପୁରସ୍କାର ବଛା ବଛା ସାହିତି୍ୟକମାନଙ୍କୁ ପ୍ରଦାନ କରାଯାଇଥାଏ। ତେବେ ଆଗାମୀ ବର୍ଷଠାରୁ ଏକାଡେମୀ ଚୟନ ପ୍ରକ୍ରିୟାର ଚୂଡ଼ାନ୍ତ ତାଲିକାରେ ସ୍ଥାନ ପାଇଥିବା ପୁସ୍ତକଗୁଡ଼ିକର ନାମ ଘୋଷଣା କରାଯିବ। ଏକାଡେମୀ ଏହାର ପୁରସ୍କାର ନିୟମ ପାଳନ କରି ପୁରସ୍କାର ଘୋଷଣା ସହିତ ଚୂଡ଼ାନ୍ତ ପର୍ଯ୍ୟାୟର ବିଚାରକଙ୍କ ନାମ ଓ ଚୂଡ଼ାନ୍ତ ଚୟନରେ ଥିବା ପୁସ୍ତକଗୁଡ଼ିକର ତାଲିକା ନିଶ୍ଚିତ ଭାବରେ ଘୋଷଣା କରିବ ବୋଲି ସଚିବ କେ. ଶ୍ରୀନିବାସନ୍ ଅନୁବାଦକ ନରେନ୍ଦ୍ର ନାରାୟଣ ଦାଶଙ୍କ ଏକ ଚିଠିର ଉତ୍ତର ଦେଇ ଉଲ୍ଲେଖ କରିଛନ୍ତି। ଏକାଡେମୀ ପକ୍ଷରୁ ୨୦୧୮ ବର୍ଷ ପାଇଁ ତ୍ରିପୁରା ରାଜଧାନୀ ଅଗରତାଲାଠାରେ ଆସନ୍ତା ୧୪ ତାରିଖରେ ଅନୁବାଦ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ। ଏହି ଅବସରରେ ସାଧାରଣ ପରିଷଦ ବୈଠକ ବସି ୨୦୧୯ ମସିହା ପାଇଁ ଯୁବ ପୁରସ୍କାର ଓ ବାଲ୍ ସାହିତ୍ୟ ପୁରସ୍କାର ଘୋଷଣା କରାଯିବ।
ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି
ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…
ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର
ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…
ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍ଜା କଲା ବିଡିଏ
ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…
୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…
ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…
ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର
ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…
ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ
ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…
୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…
Archives

