ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା୧୩।୭(ଡି.ଏନ୍‌.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ ଠାରୁ ନାଟକୀୟ ଭାବେ ସୁନା ଗହଣା ଲୁଟ୍‌ ହୋଇଛି।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଭବାନୀପାଟଣା ସହରର ଗାନ୍ଧୀଛକର ଉଦୟରାମ ଅଗ୍ରୱାଲଙ୍କ ସ୍ତ୍ରୀ ରାମକଲି ଅଗ୍ରୱାଲ ଶୁକ୍ରବାର ମଧ୍ୟାହ୍ନରେ ନିକଟସ୍ଥ ଜଗନ୍ନାଥ ମନ୍ଦିରକୁ ଯାଇଥିଲେ। ମନ୍ଦିର ଗେଟ ନିକଟରେ ଛିଡା ହୋଇଥିବା ବେଳେ ବାଇକରେ ଦୁଇ ଦୁର୍ବୃତ୍ତ ଆସି ପହଞ୍ଚତ୍ଥିଲେ। ପରେ ତାଙ୍କୁ ଦୁଇଟି ନକଲି ଚୁଡି ଓ ପାଞ୍ଚଟି ଛୋଟ ପଥର କାଗଜରେ ଗୁଡାଇ ଚେକିଙ୍ଗ ପାଇଁ ଉପରୁ ଆଦେଶ ଆସିଛି ବୋଲି କହି ଭୟଭୀତ କରି ପିନ୍ଧିଥିବା ସମସ୍ତ ସୁନାକୁ ଦେଇଦେବା ପାଇଁ କହିଥିଲେ। ମହିଳା ଜଣକ ଭୟରେ ପିନ୍ଧିଥିବା ଗୋଟିଏ ସୁନା ଚେନ, ଦୁଇଟି ସୁନା ଚୁଡି ଓ ଗୋଟିଏ ସୁନା ମୁଦି ଖୋଲି ଦେଇଥିଲେ। ପରେ ଆଉ ଏକ ବାଇକରେ ଆଉ ତିନି ଜଣ ଦୁର୍ବୃତ୍ତ ଆସି ପୂର୍ବରୁ ଥିବା ଦୁର୍ବୃତ୍ତମାନଙ୍କ ସହିତ ମିଶି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଏ ନେଇ ମହିଳା ଜଣକ ଘରେ ଜଣାଇବା ପରେ ପରିବାର ପକ୍ଷରୁ ଟାଉନ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଏ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri