ଚେକ୍‌ ପୋଷ୍ଟରେ ବିସ୍ଫୋରଣ: ୩ ମୃତ

ଇସଲାମାବାଦ୍‌,୨୮।୪: ପାକିସ୍ତାନର ବଜରିସ୍ତାନର ଉତ୍ତର ପଶ୍ଚିମ ଜିଲାରେ ଏକ ଚେକ୍‌ ପୋଷ୍ଟରେ ବିସ୍ଫୋରଣ ଘଟିଛି। ଏଥିରେ ୩ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରଘଜାଇ ଅଞ୍ଚଳରେ ଏକ ଚେକ୍‌ ପୋଷ୍ଟ ନିକଟରେ ଏପରି ହୋଇଥିବା କୁହାଯାଉଛି। ବିସ୍ଫୋରଣ ରିମୋଟ କଣ୍ଟ୍ରୋଲ ଡିଭାଇସ୍‌ ଦ୍ୱାରା କରାଯାଇଥିବା କୁହାଯାଉଛି। ବିସ୍ଫୋରକ ସାମଗ୍ରୀ କିପରି ଚେକ୍‌ ପୋଷ୍ଟରେ ଲଗାଗଲା ସେ ନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ଏପ୍ରିଲ୍‌ ୧୨ରେ କ୍ୱେଟା ଅଞ୍ଚଳର ହଜରଗଞ୍ଜ ଅଞ୍ଚଳରେ ଏଭଳି ଏକ ବିସ୍ଫୋରଣରେ ୧୬ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri