ଚୋରାକାଠ କାରଖାନାରେ ଚଢ଼ାଉ

ବାରିପଦା ଅଫିସ, ୩।୨-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବାଗଦିଆ ଗଉଡଡିଆଠାରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ସେଠାରେ କାଠ ମିସ୍ତ୍ରୀ ଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ତାଙ୍କ ନାମ ଚାନ୍ଦ ମହମ୍ମଦ ମଲ୍ଲିକ ହୋଇଥିବା ବେଳେ ଘର ମୁର୍ଶିଦାବାଦରେ ବୋଲି ଜଣାପଡ଼ିଛି। ବାଗଦିଆଠାରେ ଏକ ଅବ୍ୟବହୃତ କୁକୁଡ଼ା ଫାର୍ମ ଥିବା ବେଳେ ଏହା ପଛପଟେ ଚୋରାରେ କାଠ କାରଖାନା କରାଯାଇଥିଲା। ଏହି କାରଖାନାରେ ଚୋରାରେ କାଠ କଟାଯାଇ ଏହାକୁ ବିଭିନ୍ନ ଆସବାବପତ୍ର କରି ବିକ୍ରି କରାଯାଏ। ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ରବିବାର ଅପରାହ୍ନରେ ସେଠାରେ ଚଢ଼ାଉ କରିଥିଲା। ଶାଳ, ପିଆଶାଳ, ଶାଗୁଆନ ଆଦି ୧୫୦ରୁ ଊର୍ଦ୍ଧ୍ୱ ଲଗକୁ ଜବତ କରାଯାଇଥିଲା। କାଠର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କା ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri