ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ କରିବା ସମୟରେ ପୋଲିସ ଓ ପ୍ରଶାସନ ଦ୍ୱାରା ଧରାପଡ଼ିଛନ୍ତି। ଶୁକବ୍ରାର ମଧ୍ୟରାତ୍ରରେ ଉପଜିଲାପାଳ ରାମେଶ୍ୱର ପ୍ରଧାନ, ତହସିଲଦାର ଡ. ଗୁଣନିଧି ନାୟକ ଓ ଜିଲା ସଦର ଥାନା ଆଇଆଇସି ରାମପ୍ରସାଦ ନାଗ ପାଟ୍ରୋଲିଂ କରିବା ସମୟରେ ରିକ୍ଲାମେସନ କଲୋନୀଠାରେ ଏକ ୪୦୭ ଟ୍ରକ୍‌ (ଓଆର୍‌ ୧୦ଏଫ୍‌-୬୯୬୪)କୁ ଅଟକାଇ ଯାଞ୍ଚ କରିଥିଲେ। ଗାଡ଼ିରେ ଆଳୁ ବୋଝେଇ ହୋଇଥିବା ଏବଂ ଏହା ଅନ୍ୟତ୍ର ଚୋରାଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ଟ୍ରକ୍‌ ଜବତ କରାଯିବା ସହ ଆଳୁ ଯୋଗାଣ ବିଭାଗକୁ ହସ୍ତାନ୍ତର କରାଯାଇଛି। ଏଥିସହ ଘଟଣାରେ ସମ୍ପୃକ୍ତ ଆଳୁ ହୋଲସେଲର୍‌ ହରିପଦ ସରକାର ଓ ଟ୍ରକ୍‌ ଚାଳକ ଚିରଞ୍ଜୀବ ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଏପରିକି ଏକ ଘରୋଇ ଆମ୍ବୁଲାନ୍ସରେ ମଧ୍ୟ ଆଳୁ ଚାଲାଣ ହେଉଥିବାବେଳେ ଚାଳକ ପୋଲିସକୁ ଦେଖି ଖସି ଚାଲିଯିବାକୁ ଉଦ୍ୟମ କରୁଥିଲେ। ଉକ୍ତ ଆମ୍ବୁଲାନ୍ସକୁ ମଧ୍ୟ ଠାବ କରାଯାଇଥିବାବେଳେ ଆମ୍ବୁଲାନ୍ସର ମାଲିକ ଏବଂ ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ମନୀଷ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri