ଚୋରାଚାଲାଣ ବେଳେ ବାଘଛାଲ ଜବତ, ୬ ଗିରଫ

ଦେବଗଡ, ୨୫-୯(ଡି.ଏନ.ଏ.):ଚୋରାଚାଲାଣ ବେଳେ ଦେବଗଡ ଜିଲା ବନ ବିଭାଗ ସୋମବାର ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଚାଲାଣରେ ବ୍ୟବହୃତ ବୋଲେରୋ ଓ ବାଇକ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୬ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନ୍ଦରଗଡ ଜିଲା ବଣାଇ ଅଞ୍ଚଳର ସତ୍ୟରଞ୍ଜନ କିସାନ(୧୯), ଦେବଗଡ ଜିଲା ବାରକୋଟ ଥାନା ଅଞ୍ଚଳର ସନାତନ ଲୁହୁରା(୧୯), ତିଲେଇବଣୀ ବ୍ଲକ ପାଳକୁଦର ଗ୍ରାମର ଦେବେନ୍ଦ୍ର ରଣଚୁଳିଆ(୨୭), ଦେବଗଡ ଥାନା ପଳସାକୁଦର ଗ୍ରାମର ବିମ୍ବାଧର ଉଦାବର(୪୦) ଓ ରାଜେଶ ବେହେରା(୩୦), ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିର ନୀତେଶ ଇନ୍ଦୁଆର(୨୭)। ଏହି ଘଟଣାରେ କିସିଣ୍ଡା ଅଞ୍ଚଳର ସୁରେନ୍ଦ୍ର ପ୍ରଧାନ, ଦେବଗଡ ଥାନା ଅଧୀନ ବଳମ ଗ୍ରାମର ସୁଶାନ୍ତ କୁଲୁ(୩୦), ସୁନ୍ଦରଗଡ ଜିଲା ବଣାଇ ଅଞ୍ଚଳର ରାନୁ ବେହେରାଙ୍କୁ ବନ ବିଭାଗ ଅଟକ ରଖି ପଚରାଉଚରା କରୁଛି।
ସୁନ୍ଦରଗଡ ଜିଲା ଟିକାୟତପାଲି ଥାନା ଅଞ୍ଚଳରୁ ଏକ ବୋଲେରୋରେ ଗୋଟିଏ କଲରାପତରିଆ ବାଘଛାଲ ସମ୍ବଲପୁରକୁ ଚୋରାରେ ଚାଲାଣ ହେଉଥିବା ସୂଚନା ପାଇ ଦେବଗଡ ବନ ବିଭାଗ ଚଢ଼ଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri