ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ

ଯାଜପୁର ଟାଉନ,୪-୯(ଡି.ଏନ୍‌.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ ଦୈନିକ ଶହଶହ ଟ୍ରାକ୍ଟର ଚୋରା ବାଲି ମାଫିଆଙ୍କ ଦ୍ୱାରା ଉଠା ଯାଉଥିବାବେଳେ ରାସ୍ତା ସବୁ ନଷ୍ଟ ହେଇଯାଉଛି। ଯାଜପୁର ତହସିଲ ଅଧୀନସ୍ଥ ପଣସା ପଞ୍ଚାୟତର ବୈତରଣୀ ନଦୀପଠାରୁ ବିଭିନ୍ନ ସ୍ଥାନକୁ ବାଲି ଉଠାଯାଇ ଚୋରାଚାଲାଣ କରାଯାଉଛି। କେତେକ ସ୍ଥାନରେ ଅସ୍ଥାୟୀ ପରମିଟ୍‌ ପ୍ରଦାନ କରାଯାଉଥିବାବେଳେ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ଯାଜପୁର ତହସିଲ ହରାଉଛି। ସ୍ଥାନୀୟବାସିନ୍ଦା ଏ ସମ୍ପର୍କରେ ଜିଲାପାଳ ଓ ତହସିଲଦାରଙ୍କୁ ଅଭିଯୋଗ କରୁଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ତହସିଲଦାର କେବଳ କିଛି ଚୋରାବାଲି ଚାଲାଣ କରୁଥିବା ଟ୍ରାକ୍ଟରକୁ ଜବତ କରି ଅଳ୍ପ ଜରିମାନା ନେଇ ଛାଡ଼ି ଦେଇଥାନ୍ତି। ବାଲି ଚୋରା ଚାଲାଣ କରୁଥିବା ବ୍ୟକ୍ତିମାନେ ଶାସକଦଳର କର୍ମୀ ହୋଇଥିବାବେଳେ ନେତାମାନେ ସେମାନଙ୍କୁ ସୁରକ୍ଷା ଯୋଗାଉଥିବା ମଧ୍ୟ ଅନେକ ସମୟରେ ଅଭିଯୋଗ ହେଉଛି। ବୈତରଣୀ ପଠାରୁ ବାଲି ଉଠାଯାଇ ଅହରହ ଚୋରା ଚାଲାଣ ଚାଲିବା କାରଣରୁ ଯାଜପୁର ଜଳସମ୍ପଦ ବିଭାଗ ପକ୍ଷରୁ ୧୯କୋଟି ଟଙ୍କାର ବ୍ୟୟରେ ପଣସା ପଞ୍ଚାୟତରେ ନିର୍ମାଣ ହୋଇଥିବା ଘେରିବନ୍ଧ ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ବସିଲାଣି। ଏହି ଘେରିବନ୍ଧ ଉପରେ ପଣସା ପଞ୍ଚାୟତର ବେହେରାପାଟଣା , ବାରଭାଗିଆ, ନୁଆକୂଳ, ବଳିଘାଇ, କୁଶି , କୁମ୍ଭାରସାହି, ପାଟପୁର ଓ ରଘୁନାଥପୁରର ୮ହଜାର ଲୋକ ନିର୍ଭର କରିଥାନ୍ତି। ବାଲି ବୋଝେଇ ଗାଡ଼ି ଯାଇଯାଇ ରାସ୍ତାର ଅବସ୍ଥା ଏପରି ହୋଇପଡ଼ିଛି ଯେ, ସେହି ବାଟରେ ଗାଡ଼ିରେ କ’ଣ ପାଦରେ ଚାଲିକରି ଯିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ଏ ସମ୍ପର୍କରେ ସ୍ଥାନୀୟ ତହସିଲଦାର ସୁନୀଲ କୁମାର ମେହେରଙ୍କୁ ପଚାରିବାରେ ଚୋରାବାଲି ଉଠାଉଥିବା କଥାକୁ ସ୍ବୀକାର କରିବା ସହ ବିଭିନ୍ନ ସମୟରେ ଚଢ଼ାଉ କରାଯାଇ ଚୋରା ଚାଲାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ଜରିମାନା ଆଦାୟ କରାଯାଉଛି ବୋଲି କହିଛନ୍ତି। ଏପରି କି ବର୍ଷାଦିନ ପରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରାଯିବ ବୋଲି ମେହେର କହିଛନ୍ତି। ପଣସା ଘେରିବନ୍ଧ ଦୂରାବସ୍ଥା କଥା ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ଧନେଶ୍ୱର ସାମଲଙ୍କୁ ପ୍ରଶ୍ନକରିବାରୁ ଏ ସମ୍ପର୍କରେ ନିର୍ଦ୍ଧିଷ୍ଟ କୌଣସି ଅଭିଯୋଗ ଆସିନାହିଁ ଯଦି ଅଭିଯୋଗ ଆସେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ତେବେ ବନ୍ୟା ଦାଉରୁ ରକ୍ଷା ପାଇବା ପାଇଁ ପଣସା ପଞ୍ଚାୟତ ଘେରିବନ୍ଧ ନିର୍ମାଣ କରାଯାଇଥିବାବେଳେ ଏହାକୁ କିଛି ମୁଷ୍ଟିମେୟ ଚୋରାବାଲି ଚାଲାଣକାରୀ ନଷ୍ଟ କରୁଥିବାରୁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?