ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ରବିବାର ପୂର୍ବାହ୍ନ ୧୧ଟାବେଳେ ଘଟଗାଁ ପୋଲିସ ସର୍କଲ ଏସ୍‌ଡିପିଓ ରବୀନ୍ଦ୍ର କୁମାର ମଲ୍ଲିକ ଘଟଗାଁ ଥାନା ଆଇଆଇସି ବନ୍ଦନା ପାତ୍ର ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ସଦଳବଳ ପିପିଳିଆ ଗ୍ରାମରେ ଚଢ଼ାଉ କରି ଯମୁନା ବେହେରା (୫୦)ଙ୍କ ଘରୁ ନକଲି ବିଦେଶୀ ମଦ ୪ ବୋତଲ ସହ ଦେଶୀ ମହୁଲି ମଦ ୨୦ ଲିଟର ଜବତ କରିବା ସହ ତାଙ୍କୁ ଗିରଫ କରିଛନ୍ତି। ଏ ନେଇ ଘଟଗାଁ ଥାନାରେ ଏକ ଅବକାରୀ ମାମଲା (ନଂ.୮/୨୦) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଘଟଣା ସମ୍ପର୍କରେ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri