ଚୋରା ଲୁହା ସ୍କ୍ରାପ୍‌ ବୋଝେଇ ଗାଡ଼ି ଜବତ: ୨ କୋର୍ଟ ଚାଲାଣ

ଯୋଡ଼ା,୩୦।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ାଠାରେ ଥିବା ଏକ ଗାଡ଼ି ଶୋ’ରୁମ୍‌ ନିକଟରୁ ରବିବାର ସନ୍ଧ୍ୟାରେ ସ୍ଥାନୀୟ ପୋଲିସ ଚଢ଼ାଉ କରି ଏକ ଚୋରା ଲୁହା ସ୍କ୍ରାପ ବୋଝେଇ ଗାଡ଼ି ଜବତ କରିଥିଲା। ତେବେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।
ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଅଭିଯୁକ୍ତଦ୍ୱୟ ଯୋଡ଼ା ସହରର କମାରଯୋଡ଼ା ଅଞ୍ଚଳରୁ ଏକ ସୁମୋ ଗାଡ଼ିରେ ପ୍ରାୟ ୮ ମେଟ୍ରିକ ଟନ୍‌ ପରିମାଣର ଲୁହା ସ୍କ୍ରାପ ବୋଝେଇ କରି ଝାଡ଼ଖଣ୍ଡ ଅଞ୍ଚଳକୁ ଚୋରା ଚାଲାଣ କରୁଥିଲେ। ଏ ସମ୍ପର୍କରେ ଯୋଡ଼ା ପୋଲିସ ଖବର ପାଇ ସଦଳବଳ ଚଢ଼ାଉ କରି ଉକ୍ତ ଗାଡ଼ିକୁ ଜବତ କରିବା ସହିତ ଅଭିଯୁକ୍ତ ଦୁଇ ଜଣଙ୍କୁ ଗିରଫ କରିଥିଲା। ଅଭିଯୁକ୍ତଦ୍ୱୟ ହେଲେ ଯୋଡ଼ା ହୁଡି ସାହିର ରାଜକୁମାର ପୋଦାର ଓ ଝାଡ଼ଖଣ୍ଡ ରାଜ୍ୟ ସଢେଇକଳା ଅଞ୍ଚଳର ସଂଜୟ ଗୁପ୍ତା। ଜବତ ହୋଇଥିବା ସ୍କ୍ରାପର ଆନୁମାନିକ ମୂଲ୍ୟ ପ୍ରାୟ ୫୦ ହଜାର ଟଙ୍କା ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ଏନେଇ ଯୋଡ଼ା ଥାନାରେ କେସ ନଂ. ୨୩୨/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ସୋମବାର କୋର୍ଟଚାଲାଣ କରିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?