ଚୋରି ଦୋଷ ଦିଆଯିବାରୁ ଡ୍ରାଇଭରଙ୍କ ଆମତ୍ହତ୍ୟା: ଗାଡ଼ି ମାଲିକଙ୍କୁ ଗିରଫ ଦାବିରେ ମୃତଦେହ ରଖି ବିକ୍ଷୋଭ

ରଣପୁର,୨୪।୮(ସ୍ବ.ପ୍ର.)-ମାଲିକ ଗାଡି ଚୋରିର ଦୋଷ ଡ୍ରାଇଭରଙ୍କ ଉପରେ ଲଦିବାରୁ ଡ୍ରାଇଭର ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମାଲିକଙ୍କୁ ଗିରଫ ଦାବିରେ ଶୁକ୍ରବାର ରଣପୁର ଥାନା ରାଜସୁନାଖଳା ଫାଣ୍ଡି ସମ୍ମୁଖରେ ଡ୍ରାଇଭରଙ୍କ ମୃତଦେହ ରଖି ସମ୍ପର୍କୀୟ ଓ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅପରାହ୍ନ ୧ଟାରୁ ବିକ୍ଷୋଭ ଆରମ୍ଭ ହୋଇଥିଲା। ସନ୍ଧ୍ୟାରେ ରଣପୁର ଆଇଆଇସି ବୈଦ୍ୟନାଥ ଭୋଇ ଘଟଣାସ୍ଥଳରେ ପହଞ୍ଚତ୍ ଗାଡିମାଲିକଙ୍କୁ ଗିରଫ କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।
ପ୍ରକାଶ ଯେ, ରାଜସୁନାଖଳା ବଢ଼େଇ ସାହିର ପ୍ରଭାତ ମଲ୍ଲିକଙ୍କ ପୁଅ ତୁଷାର (୨୨) ସେହି ସାହିର ଅଜୟ କୁମାର ସାହୁଙ୍କ ଟାଟା ଏସିଇ ଗାଡି ଚଲାଉଥିଲେ। ଗତ କିଛିଦିନ ତଳେ ଅଜୟଙ୍କ ଗାଡି ଚୋରି ହୋଇ ଯାଇଥିଲା । ଅଜୟ ଚୋରି ପାଇଁ ଡ୍ରାଇଭର ତୁଷାରଙ୍କୁ ଦାୟୀ କରିଥିଲେ । ତୁଷାର ନିର୍ଦ୍ଦୋଷ ବୋଲି ବାରମ୍ବାର କହିଥିଲେ ମଧ୍ୟ ଅଜୟ ନିଜ କଥାରୁ ହଟି ନ ଥିଲେ । ଏପରିସ୍ଥଳେ ତୁଷାର ଗତ ୧୯ ତାରିଖରୁ ନିଖୋଜ ହୋଇଯାଇଥିଲେ । ପରିବାର ଲୋକମାନେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ଟେର ପାଇ ନ ଥିଲେ। ତେବେ ପୁରୀ ରେଳ ଷ୍ଟେଶନରେ ସେ ବିଷ ପିଇ ଆମତ୍ହତ୍ୟା କରିଥିବା ଜଣାପଡିଥିଲା। ପୁରୀରୁ ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ସୁନାଖଳା ଫାଣ୍ଡି ସମ୍ମୁଖରେ ପରିବାର ସଦସ୍ୟ, ସମ୍ପର୍କୀୟ ଘେରାଉ କରିଥିଲେ । ମୃତକଙ୍କ ମା ପ୍ରତିମା ଫାଣ୍ଡିରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ମଇଁଷି ମୃତ, ଗାଁରେ ଉତ୍ତେଜନା

ନୟାଗଡ଼,୯।୬( ଲୋକନାଥ ମିଶ୍ର):ନୟାଗଡ଼ ବ୍ଲକ ମଙ୍ଗରାଜପୁର ଗାଁ ଗହୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମଇଁଷିଙ୍କର ମୃତ୍ୟୁ ହୋଇଛି। ମଙ୍ଗରାଜପୁର ଗାଁର ରାମ ବେହେରା ନିଜର…

ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…

ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri