ଚୋରି, ନିଶା କାରବାର ବୃଦ୍ଧିର ପ୍ରତିବାଦ: ରାସ୍ତାରେ ବସିଲେ, ଥାନା ଘେରିଲେ ମହିଳା

ସୋନପୁର, ୩।୨(ନି.ପ୍ର.) ସୁବର୍ଣ୍ଣପୁର ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବସ୍ତି ବାସିନ୍ଦା ସୁରକ୍ଷା ମଞ୍ଚ ତରଫରୁ ମହିଳାମାନେ ରବିବାର ରାସ୍ତାକୁ ଓହ୍ଲାଇଥିଲେ। ସଭାନେତ୍ରୀ ଜ୍ୟୋତିର୍ମୟୀ ରଥଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକ ରାଲିରେ ଆସି ଟାଉନ ଥାନା ସମ୍ମୁଖରେ ରାସ୍ତାରୋକୋ କରିଥିଲେ। ପରେ ସୋନପୁର ଥାନାକୁ ଘେରାଉ କରିଥିଲେ। ସହରରେ ଚୋରି ଓ ବେଆଇନ ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଉଛି। ଗଞ୍ଜେଇ, ମଦ, କଫ ସିରପ୍‌ ଭଳି ନିଶା କାରବାର ସହିତ ଜୁଆ ଖେଳକୁ ରୋକା ଯାଇ ପାରୁନି। ତେଣୁ ସହରକୁ ସମ୍ପୂର୍ଣ୍ଣ ନିଶା ମୁକ୍ତ କରିବା ଓ ରାତ୍ରିକାଳୀନ ପାଟ୍ରୋଲିଂ ପାଇଁ ମହିଳାମାନେ ଦାବି କରିଥିଲେ। ଏସ୍‌ପି ଦେବୀପ୍ରସାଦ ଦାଶ ଘଟଣାସ୍ଥଳକୁ ଆସି ମହିଳାମାନଙ୍କ ସହିତ ଆଲୋଚନା କରିବା ସହ ସହରରେ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରାଯିବ ବୋଲି ପ୍ରତିଶୃତି ଦେଇଥିଲେ। ଏସ୍‌ପିଙ୍କ ପ୍ରତିଶୃତି ପାଇ ମହିଳାମାନେ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ। ନିଶା କାରବାର ରୋକିବା ପାଇଁ ମହିଳାମାନେ ଡ୍ରଗ୍ସ ଇନ୍ସପେକ୍ଟର ଓ ଅବକାରୀ ଅଧିକ୍ଷକଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ସଂଘ ସଭାନେତ୍ରୀ ନୁର ବିବି ଓ ନୁର ବେଗମଙ୍କ ସମେତ ଶତାଧିକ ମହିଳା ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ପରିବେଶ

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ଏନ୍‌ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ।…

ଶ୍ରାବଣ ସୋମବାରରେ ତିନି ରାଜ୍ୟରୁ ଆସିଲେ ଭକ୍ତ, ସ୍ଥାନୀୟ ଯୁବକଙ୍କ ପକ୍ଷରୁ ନିଆଗଲା ବଡ଼ ପଦକ୍ଷେପ

କଲ୍ୟାଣସିଂହପୁର, ୩।୮(ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଐତିହାସିକ ଦେବଗିରି ଶୈବପୀଠ ଉତ୍ସବମୁଖର ହୋଇଉଠିଛି। ହାତୀ…

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଭିତରେ ଶୋଇଥିଲେ ପରିବାର, ଲଗାଣ ବର୍ଷାରେ ଭାଙ୍ଗିଲା ଘର, ତା’ପରେ…

ରିଷିଡ଼ା,୩।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ଅବୁଜବାହଲ ଗ୍ରାମର କଲୋନୀ ପଡାର ନିଳକଣ୍ଠ ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri