ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ପୌରାଞ୍ଚଳ ୪ ନଂ ଓ୍ବାର୍ଡ ଡେଲି ମାର୍କେଟ ଅଞ୍ଚଳର ଏମଡି ଆଦିଲ ଓ ଏମଡି ତୋହସିନ ଆଲମ।
ମିଳିଥିବା ସୂଚନା ଅନୁଯାୟୀ, ଗଙ୍ଗାଧର ଦାସ ନାମକ ଜଣେ ବ୍ୟକ୍ତି ସୋମବାର ରେଲୱେ ଷ୍ଟେଶନ ସମ୍ମୁଖରେ ଓଆର ୦୯ ଏଲ ୭୬୦୯ ନମ୍ବର ବିଶିଷ୍ଟ ବାଇକଟିକୁ ରଖି କିଛି ସମୟ ପରେ ଆସି ବାଇକ୍‌ଟି ଯଥା ସ୍ଥାନରେ ପାଇ ନ ଥିଲେ। ବହୁ ଖୋଜାଖୋଜି କରି ନ ପାଇବାରୁ ଏ ନେଇ ଗଙ୍ଗାଧର ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏତଲାକୁ ଭିତ୍ତିକରି ପୋଲିସ ବଡ଼ବିଲ ଥାନାରେ କେସ ନଂ ୧୩/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଏସଆଇ ସିଲୁ ମଲିକ ଘଟଣାର ତଦନ୍ତ ଭାର ନେଇ ବାଇକଟିକୁ ଉଦ୍ଧାର କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତ ଆଦିଲ ଓ ତୋହସିନଙ୍କୁ ଗିରଫ କରାଯାଇଥିବା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri