ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍‌ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର ସହର ଓ ଗ୍ରାମାଞ୍ଚଳରେ ଚଢାଉ କରାଯାଇଛି। ଏଥିରେ ୨ଜଣ ଦେଶୀ ମଦ ବିକ୍ରେତାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ପୌରପାଳିକାର ଶଙ୍କର ସେଠୀ ଓ ବଡସାମନ୍ତରାପୁର ଗ୍ରାମର ଅନନ୍ତ ଖଟୁଆ। ସେମାନଙ୍କଠାରୁ ୨୦ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ଉଭୟଙ୍କୁ ୪/୨୦ ଓ ୫/୨୦ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି।

ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ ଚାଲିଥିବାବେଳେ ବିଦେଶୀ ମଦ କାଉଣ୍ଟରକୁ ସିଲ୍‌ କରି ଦିଆଯାଇଥିଲା। ଫଳରେ ନିକଟସ୍ଥ ଆଠଗଡ, ଖୁଣ୍ଟୁଣୀ ଓ ଢେଙ୍କାନାଳ ଜିଲା ଅଞ୍ଚଳରୁ ଚେରାରେ ମଦ ଆସି ଚୌଦ୍ୱାର ସହରରେ ଚୋରା ଦେଶୀ ମଦର ବ୍ୟାପକ କାରବାର ବଢିଯାଇଥିଲା। ଏନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ତରଫରୁ ଅଭିଯୋଗ ହୋଇଆସୁଥିଲା। ଅଗାମୀ ଦିନରେ ଚୌଦ୍ୱାର ଓ ଆଖପାଖ ପଞ୍ଚାୟତରେ ଚଢାଉ ଜୋରଦାର କରାଯିବ ବୋଲି ଚୌଦ୍ୱାର ଅବକାରୀ ବିଭାଗ ଭାରପ୍ରାପ୍ତ ଅଧିକାରୀ ସ୍ବାତୀ ପଟ୍ଟନାୟକ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri