ଚୌଧୁରୀ ଟିକରପଡ଼ା ପଞ୍ଚାୟତକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ପ୍ରଶାସନ

ଦିଗପହଣ୍ଡି,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ଗାଁରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବୁଧବାର ମଧ୍ୟାହ୍ନରୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅନୁମୋଦନ କ୍ରମେ ସମୁଦାୟ ଚୌଧୁରୀ ଟିକରପଡ଼ା ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିବା ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ଜଣାଇଛନ୍ତି। ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ତାଙ୍କ ସ୍ବାମୀ, ୨ ଆଶାକର୍ମୀ, ଜଣେ ଅଙ୍ଗନୱାଡ଼ି ସହାୟିକାଙ୍କ ସମେତ ସମୁଦାୟ ୧୩ ଜଣଙ୍କ ସ୍ବାବ୍‌ ପରୀକ୍ଷା ପରେ ସେମାନେ ସଂକ୍ରମିତ ଥିବା ନେଇ ମଙ୍ଗଳବାର ରାତିରେ ରିପୋର୍ଟ ମିଳିଥିଲା। ଜିଲା ପ୍ରଶାସନ ପକ୍ଷରୁ ଏନେଇ ବିଧିବଦ୍ଧ ସୂଚନା ସ୍ଥାନୀୟ ପ୍ରଶାସନର ହସ୍ତଗତ ହେବା ପରେ ଦିଗପହଣ୍ଡି ବିଡିଓ ହଳଧର ଶବର, କୋଭିଡ୍‌-୧୯ ନୋଡାଲ ଅଧିକାରୀ ରାଜକିଶୋର ପଟ୍ଟନାୟକ, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ, କେ. ନୂଆଗାଁ ଥାନା ଆଇଆଇସି ମାଧବାନନ୍ଦ ନାୟକ ପ୍ରମୁଖ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରି ଦେବା ସହ ଚିହ୍ନଟ ୧୩ ଜଣ ସଂକ୍ରମିତଙ୍କୁ ଛତ୍ରପୁର ନିକଟ ଶୀତଳା ପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଚାନ୍ଦପୁର – ନୂଆପଡ଼ା – ଭ୍ରମରପୁର ମୁଖ୍ୟ ରାସ୍ତାକୁ ସିଲ୍‌ କରି ଦିଆଯିବାରୁ ବୁଧବାର ସକାଳଠାରୁ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ମଧ୍ୟାହ୍ନରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ ଚୌଧୁରୀ ଟିକରପଡ଼ା, ଗୌଡ଼ ଗାଁ, ବଜ୍ରଗୁମ୍ମା, ଢେପା ପେଣ୍ଠ, ଭ୍ରମରପୁର ପ୍ରଭୃତି ଗାଁରେ ପହଞ୍ଚି ପ୍ରଶାସନିକ ଅଧିକାରୀ, ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ, ସଂଯୁକ୍ତା ଚଣ୍ଡଙ୍କ ସହ ସବିଶେଷ ଆଲୋଚନା କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri