ଛତିଶଗଡ଼ର ୧୬ ଇଟାଭାଟି ଶ୍ରମିକ ଦିଗପହଣ୍ଡିରୁ ଉଦ୍ଧାର: ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାରଙ୍କ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଶିଶୁଙ୍କ ସମେତ ୭ ମହିଳା ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ବିଳମ୍ବିତ ରାତିରେ ଉଦ୍ଧାର ଶ୍ରମିକମାନଙ୍କୁ ସିଦ୍ଧେଶ୍ୱର ଗ୍ରାମ ହାଇସ୍କୁଲ ପରିସରରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥଇଥାନ କରାଯାଇଥିଲା। ଗୁରୁବାର ମଧ୍ୟାହ୍ନରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର,ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ, ତିଳୋତ୍ତମା ଦୋରା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିବା ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ସରୋଜ କୁମାର ଜେନା ଜଣାଇଛନ୍ତି। ଉଦ୍ଧାର ଅଣଓଡ଼ିଆ ଶ୍ରମିକ ରଥରାମ ଟେଣ୍ଡନ,ନରେଶ ଜୋଲେହେ, ନବୀନ ଟେଣ୍ଡନ, ହୀରାଲାଲ କୁରେ, ଅବିନାଶ ୱାରେ, ରାମକୃଷ୍ଣ ଟେଣ୍ଡନ,ବିଜୟ କୁମାର ଟେଣ୍ଡନ,କହ୍ନେୟା ୱାରେଶ। ସେମାନେ ଗତ ୪ ମାସ ହେଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମସ୍ଥିତ ରୋହିତ ନାହାକଙ୍କ ଇଟାଭାଟିରେ ଚୁକ୍ତିଭିତ୍ତିକ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ ପରଠାରୁ କାମ ବନ୍ଦ ଥିଲା। କାମବନ୍ଦ ପରେ ଇଟାଭାଟି ମାଲିକ କିଛିଦିନ ସେମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇଥିଲେ। କିନ୍ତୁ ଗତ ରବିବାରଠାରୁ ଖାଦ୍ୟସାମଗ୍ରୀ ଦେଇ ନ ଥିଲେ। ଯାହାକିଛି ଖାଦ୍ୟ ସାମଗ୍ରୀ ଥିଲା ସେସବୁ ସରିଯାଇଥିଲା। ଭୋକ ଅସହ୍ୟ ହେବାରୁ ସେମାନେ ବାଧ୍ୟହୋଇ ବୁଧବାର ରାତିରେ ପିଲାଛୁଆଙ୍କୁ ଧରି ଚାଲି ଚାଲି ଗାଁ ଅଭିମୁଖେ ବାହାରିଥିଲେ। ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ ଏନେଇ ଖବର ପାଇବା ପରେ ଗଞ୍ଜାମ ଜିଲାପାଳଙ୍କୁ ସବିଶେଷ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri