ଛତିଶଗଡ଼ ଓଡ଼ିଆ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିବ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶାର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାସହ ଛତିଶଗଡ଼ରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେବାକୁ ଯାଉଛନ୍ତି। ମୁଖ୍ୟତଃ ଛତିଶଗଡ଼ର ୧୮୬ଟି ବିଦ୍ୟାଳୟରେ ପାଠ ପଢୁୁଥିବା ଓଡିଆ ପିଲାଙ୍କ ଲାଗି ସରକାର ଗୁରୁତ୍ୱ ଦେଇଛନ୍ତି। ସେହି ସ୍କୁଲଗୁଡ଼ିକରେ ଓଡ଼ିଆ ପଢାଉଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ୩ ହଜାର ଟଙ୍କା ଲେଖାଏ ପାରିଶ୍ରମିକ ମିଳୁଥିଲା। ଏବେ ତାହା ୫ହଜାର କରିବା ପାଇଁ ଛତିଶଗଡ଼ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ସବ୍‌କମିଟି-୩ ବୈଠକରେ ନିଷ୍ପତ୍ତି ନିଆଯାଇଛି। କମିଟି ଅଧ୍ୟକ୍ଷ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନିଷ୍ପତ୍ତି ହୋଇଛି ଯେ, ଉକ୍ତ ୧୮୬ ସ୍କୁଲର ଓଡ଼ିଆ ଶିକ୍ଷକମାନଙ୍କ ପାରିଶ୍ରମିକ ବୃଦ୍ଧି ବାବଦରେ ଦାବି କରାଯିବ। ଏହାସହ ସେହି ଶିକ୍ଷକମାନଙ୍କ ତଦାରଖ କରୁଥିବା ସୁପରଭାଇଜରଙ୍କ ଦରମା ୭ହଜାର ଟଙ୍କା କରିବା ପାଇଁ ମଧ୍ୟ ଜୋର ଦିଆଯିବ। ସରକାର ଛତିଶଗଡ଼ର ସେହି ସ୍କୁଲଗୁଡ଼ିକରେ ପାଠ ପଢୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ପିଲାଙ୍କ ପାଇଁ ପାଠ୍ୟପୁସ୍ତକ ଯୋଗାଇ ଦେଉଛନ୍ତି। ଏହାସହ କମିଟି ତରଫରୁ ଛତିଶଗଡ଼ର ଅଧିକ ସ୍କୁଲରେ ଓଡ଼ିଆ ପଢ଼ାଇବା ଲାଗି ଛତିଶଗଡ଼ ସରକାରଙ୍କୁ କମିଟି ଦାବି କରିଛି। ସେହିପରି ଛତିଶଗଡ଼ ସରକାରଙ୍କୁ ସର୍ବଶିକ୍ଷା ଅଭିଯାନ ଦ୍ୱାରା ଓଡ଼ିଆ ଶିକ୍ଷକ ନିଯୁକ୍ତି ପାଇଁ କମିଟି ଦାବି କରିଥିବାବେଳେ ଏହାକୁ ସେମାନେ ଲାଗୁ କରିବାକୁ ଯାଉଛନ୍ତି ବୋଲି ଶତପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri